Posted inଜାତୀୟ

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି ଚାଲିଥିବା ଏହି ଆକ୍ରମଣରେ ୧୬ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଭଣ୍ଡାର କମ୍‌ ରହିଥିବାରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଧିକ ପାଟ୍ରିୟଟ ଇଣ୍ଟରସେପ୍ଟର ପଠାଇବାକୁ ବିଭିନ୍ନ ଦେଶକୁ ଅନୁରୋଧ କରିଛନ୍ତି। ୟୁକ୍ରେନ ବାୟୁସେନା କହିଛି, ରୁଷିଆର ଏହି ଆକ୍ରମଣରେ କ୍ରୁଜ କ୍ଷେପଣାସ୍ତ୍ର ଏବଂ ଦ୍ରୁତଗାମୀ ଜେଟ୍‌-ଚାଳିତ ଡ୍ରୋନ ମଧ୍ୟ ସାମିଲ ଥିଲା, ଯାହା ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ଉପରେ ଅଧିକ ଚାପ ସୃଷ୍ଟି କରିଥିଲା। କିଭ୍‌ ମୁଖ୍ୟ ଟାର୍ଗେଟ ଥିଲେ ମଧ୍ୟ ଦେଶବ୍ୟାପୀ ୨୮ଟି ସ୍ଥାନରେ ଆକ୍ରମଣ ହୋଇଥିବା ବାୟୁସେନା ଜଣାଇଛି।

ଜେଲେନସ୍କି ଏହାକୁ ଏକ ବଡ଼ଧରଣର ଆକ୍ରମଣ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ରୁଷିଆ ବେସାମରିକ କୋଠା ଏବଂ ସମ୍ପତ୍ତିକୁ ଅଧିକରୁ ଅଧିକ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟରେ ଦୀର୍ଘ ଦିନ ଧରି ପ୍ରସ୍ତୁତି କରିଆସୁଛି। କିନ୍ତୁ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଏହି ଆକ୍ରମଣରେ କିଭ୍‌ର ଏକ ଶିଳ୍ପ କ୍ଷେତ୍ରକୁ ଟାର୍ଗେଟ କରାଯାଇଥିଲା ଯାହା ୟୁକ୍ରେନର ଫ୍ଲାମିଙ୍ଗୋ କ୍ରୁଜ୍‌ କ୍ଷେପଣାସ୍ତ୍ର ପାଇଁ ପାର୍ଟସ ତିଆରି କରୁଥିଲା।

ଏହାବ୍ୟତୀତ ଡ୍ରୋନ ଉପତ୍ାଦନ ଏବଂ ସଂରକ୍ଷଣ ସ୍ଥାନ, ଏକ ଗୋଳାବାରୁଦ ଡିପୋ ଏବଂ ଏକ ଲଜିଷ୍ଟିକ କେନ୍ଦ୍ର ମଧ୍ୟ ଆକ୍ରମଣର ଶିକାର ହୋଇଛି। ଏହି ଘଟଣା ପରେ ସମଗ୍ର ୟୁକ୍ରେନ ଏବଂ ଏହାର ପଡ଼ୋଶୀ ୟୁରୋପୀୟ ଦେଶରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?