କାବୁଲରେ ବଡ଼ ଧରଣର ବିସ୍ଫୋରଣ

କାବୁଲ,୩।୧୦: ଆଫଗାନିସ୍ତାନର କାବୁଲର ଇଦଗାହ ମସଜିଦ ନିକଟରେ ରବିବାର ଅପରାହ୍ନରେ ଏକ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଘଟିଥିବା ମସଜିଦରେ ବହୁ ସଂଖ୍ୟକ ଲୋକ ଏକାଠି ହୋଇଥିଲେ। ତାଲିବାନ ମୁଖପାତ୍ର ଜବିବୁଉଲ୍ଲା ମୁଜାହିଦ ଏହି ଘଟଣାକୁ ନିଶ୍ଚିତ କରିଛନ୍ତି। ମୁଜାହିଦଙ୍କ ମା’ଙ୍କ ସ୍ମୃତିରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏପର୍ଯ୍ୟନ୍ତ କେହି ଏହି ଘଟଣାର ଦାୟୀ ବୋଲି ଦାବି କରିନାହାଁନ୍ତି। ତେବେ ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭରୁ ଏହି ସଂଗଠନ ଇସଲାମିକ ଷ୍ଟେଟ-ଖୋରାସାନ (ଆଇଏସ-କେ) କ୍ରମାଗତ ଭାବରେ କାବୁଲ ଏବଂ ଏହାର ଆଖପାଖ ଅଞ୍ଚଳକୁ ଟାର୍ଗେଟ କରିଆସୁଛି। ମସଜିଦ ନିକଟରେ ଥିବା ଜଣେ ଦୋକାନୀ କହିଛନ୍ତି ଯେ, ବିସ୍ଫୋରଣ ପରେ ସେ ଗୁଳି ବିନିମୟ ମଧ୍ୟ ଶୁଣିଥିଲେ। ଏହା ପରେ ତାଲିବାନ ସୁରକ୍ଷାକର୍ମୀ ମସଜିଦ ଚାରିପାଖରେ ରାସ୍ତା ବନ୍ଦ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri