Posted inଜାତୀୟ

ସରକାରୀ ଡାକ୍ତରଖାନାରେ ଲାଗିଲା ନିଆଁ

ଶ୍ରୀନଗର,୫।୩: ଶ୍ରୀନଗର ବାରଗୁଲ୍ଲା ସରକାରୀ ଡାକ୍ତରଖାନାର ଅସ୍ତିଶଲ୍ୟ ବିଭାଗରେ ଶୁକ୍ରବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଡାକ୍ତରଖାନାରେ ଫସି ରହିଥିବା ଶତାଧିକ ରୋଗୀ ଏବଂ ସମ୍ପର୍କୀୟଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ହେଲେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ଏପରି କି ଅଗ୍ନି କାଣ୍ଡରେ ବର୍ତ୍ତମାନ ସୁଦ୍ଧା କାହାରି ମୃତ୍ୟୁ ହୋଇ ନ ଥିବା ସୂଚନା ମିଳିଛି।

ସୂଚନା ଯୋଗ୍ୟ, ହସ୍ପିଟାଲର ୩ ମହଲାରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ୨ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିବାର କାରଣ ଜାଣିବା ପାଇଁ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri