Posted inଜାତୀୟ

ଖଲିସ୍ତାନ ସମର୍ଥକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧।୩: ଭାରତରେ ଖଲିସ୍ତାନୀ ସମର୍ଥକଙ୍କ ଟୁଇଟର ଆକାଉଣ୍ଟଗୁଡିକୁ ବ୍ଲକ୍‌ କରାଯାଇଛି। ଏହି ବ୍ଲକ୍‌ ଆକାଉଣ୍ଟରେ କାନାଡାର ନ୍ୟୁ ଡେମୋକ୍ରାଟିକ ପାର୍ଟିର ନେତା ଜଗମିତ ସିଂଙ୍କ ଟୁଇଟର ଆକାଉଣ୍ଟ ମଧ୍ୟ ରହିଛି। ଖଲିସ୍ତାନୀ ନେତା ଅମୃତପାଲ ସିଂଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରାଯାଉଥିବା ଆକାଉଣ୍ଟଗୁଡିକ ବ୍ଲକ୍‌ କରାଯାଇଛି।
ଏହି କାର୍ଯ୍ୟାନୁଷ୍ଠାନ ଏପରି ଏକ ସମୟରେ ଘଟିଛି ଯେତେବେଳେ ଖାଲିସ୍ତାନୀ ସମର୍ଥକମାନେ ବିଦେଶରେ ଥିବା ଭାରତୀୟ ଦୂତାବାସ ଏବଂ ହାଇ କମିଶନ ଉପରେ ଆକ୍ରମଣ କରୁଛନ୍ତି। କାନାଡାର କବୟତ୍ରୀ ରୂପୀ କୌର, କାର୍ଯ୍ୟକର୍ତ୍ତା ଗୁରୁଦୀପ ସିଂ ସାହୋଟାଙ୍କ ଟୁଇଟର୍‌ ଆକାଉଣ୍ଟକୁ ମଧ୍ୟ ବ୍ଲକ୍‌ କରାଯାଇଛି। ଜଗମିତ ସିଂ ଭାରତ ବିରୋଧୀ ମନ୍ତବ୍ୟ ପାଇଁ ଜଣାଶୁଣା, ତେଣୁ ତାଙ୍କ ଆକାଉଣ୍ଟକୁ ବ୍ଲକ୍‌ କରାଯାଇଛି।
ମାର୍ଚ୍ଚ ୧୯ରେ ଖଲିସ୍ତାନୀ ସମର୍ଥକମାନେ ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନଙ୍କ ଉପରେ ଆକ୍ରମଣ କରି ତ୍ରିରଙ୍ଗାର ଅପମାନ କରିଥିଲେ। ଏହାସହ ଖଲିସ୍ତାନୀ ସମର୍ଥକମାନେ ଆମେରିକାର ସାନ ଫ୍ରାନ୍ସିସ୍କୋରେ ଥିବା ଭାରତୀୟ ଦୂତାବାସ ଉପରେ ଆକ୍ରମଣ କରିଥିଲେ। ଉଭୟ ଘଟଣାକୁ ଭାରତ ନିଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ସେଠାକାର ସରକାରଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?