Posted inଜାତୀୟ

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର ହୋଇଛନ୍ତି। ସମରଲକୋଟା ମଣ୍ଡଳ ଅଧୀନ ଭେଟ୍‌ଲାପାଲେମ୍‌ ଗାଁରେ ହୋଇଥିବା ଏହି ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ମୃତଦେହଗୁଡ଼ିକ ଛିଟିକି ଯାଇ ନିକଟବର୍ତ୍ତୀ ଧାନ କ୍ଷେତରେ ପଡ଼ିଥିବା ପୋଲିସ କହିଛି।

ଘଟଣାସ୍ଥଳରେ ଆନ୍ଧ୍ରପ୍ରଦେଶ ଗୃହମନ୍ତ୍ରୀ ବଙ୍ଗାଲାପୁଡ଼ି ଅନିଥା ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ନିଆଁ କିପରି ଲାଗିଲା ଓ ବିସ୍ଫୋରଣ କିପରି ହେଲା ଜାଣିବା ପାଇଁ ତଦନ୍ତ ଜାରି ରହିଛି। କାକିନାଡା ସରକାରୀ ଜେନେରାଲ ହସ୍ପିଟାଲକୁ ୭ ଜଣ ଆସି ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଶରୀରର ୯୦ରୁ ୧୦୦ ଭାଗ ପୋଡ଼ିଯାଇଥିବା ହସ୍ପିଟାଲ ସୁପରିଟେଣ୍ଡେଣ୍ଟ ସୂଚନା ଦେଇଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଜଣାପଡିଛି। ବିସ୍ଫୋରଣରେ ଅନେକ କର୍ମଚାରୀ ପ୍ରାଣ ହରାଇଥିବାରୁ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର …

ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ…

କେମିତି ରୋକାଯିବ ଘୋଡ଼ା ବେପାର: ନବୀନଙ୍କ ସହ କ’ଣ ଆଲୋଚନା ହୋଇଛି ସବୁ ଖୋଲି କହିଦେଲେ ଭକ୍ତ 

ଭୁବନେଶ୍ୱର, ୨୮।୨: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ନେଇ ସବୁ ଖୋଲି କହିଲେ ଭକ୍ତ ଦାସ। ଦତ୍ତେଶ୍ବର ହୋତାଙ୍କୁ ବିଜେଡି କମନ କ୍ୟାଣ୍ଡିଡେଟ କରିବା ନେଇ  ସେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri