ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ କରୁଛନ୍ତି ।
ପ୍ରକାଶ ଯେ, ସୁନ୍ଦରଗଡ ସହର ମୁଖ୍ୟ ପୋଷ୍ଟ ଅଫିସ ସମ୍ମୁଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସକାଳ ପ୍ରାୟ ୯ଟା ୧୫ ମିନିଟ୍ ସମୟରେ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବା ଦେଖାଯାଇଥିଲା। ଘଟଣା ଜଣାପଡ଼ିବା ପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର ଟିମ୍ ଦୁଇଟି ଦମକଳ ଗାଡ଼ି ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ବ୍ୟାଙ୍କ ଭିତରେ ନିଆଁ ଲାଗିଥିବାରୁ ଧୂଆଁରେ ପୂରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ।
ଦୀର୍ଘ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିବା ଜଣାପଡ଼ିଛି। ତେବେ ନିଆଁ କେଉଁ କାରଣରୁ ଲାଗିଲା, ତାହାର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପ୍ରାଥମିକ ସୂଚନା ଅନୁସାରେ ବ୍ୟାଙ୍କରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳୁଛି। ତେବେ ନିଆଁରେ କେତେ ପରିମାଣର ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି, ତାହା ଅଗ୍ନିଶମ ବିଭାଗ ଓ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଯାଞ୍ଚ ପରେ ସ୍ପଷ୍ଟ ହେବ।
ଅନ୍ୟପଟେ, ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିବା ବେଳେ ଅଗ୍ନିକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?