ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସହ ସମସ୍ତ ଡେକୋରେସନ ପୋଡି ପାଉଁଶ ହୋଇଯାଇଛି।
ଅନ୍ୟପକ୍ଷେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।