Posted inଜାତୀୟ

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଆଖି ଆଗରେ ହୁ ହୁ ହେଇ ଜଳିଯାଇଛି ପୁରା ନାଇଟ୍ କ୍ଲବ୍। ଉତ୍ତର ଗୋଆର ଆର୍ପୋରାରେ ଅବସ୍ଥିତ କ୍ଲବରେ ଶନିବାର ମଧ୍ୟରାତ୍ରି ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।

ଯେଉଁଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୮ରୁ ୧୯ ଜଣ କର୍ମଚାରୀ ଥିବା ଜଣାପଡ଼ିଛି। ୪ ପର୍ଯ୍ୟଟକ ବି ଏହି ଅଘଟଣରେ ପ୍ରାଣ ହରାଇବା ସହ ଗୁରୁତର ଭାବେ ଆହତ ହୋଇଛନ୍ତି।  ପୋଲିସ ସୂଚନା ଅନୁଯାୟୀ, ଗ୍ୟାସ ସିଲିଣ୍ଡର୍‌ ଫାଟିବା ଯୋଗୁ ଏହି ଦୁର୍ଘଟଣା ହୋଇଥାଇପାରେ ବୋଲି କୁହାଯାଉଛି। ମୃତକମାନଙ୍କ ମଧ୍ୟରେ ଅଧିକାଂଶ କ୍ଲବରେ କାମ କରୁଥିବା କର୍ମଚାରୀ ଥିବା ଜଣାପଡ଼ିଛି। ଘଟଣା ସମୟରେ କ୍ଲବରେ ଅନେକ ଲୋକ ଉପସ୍ଥିତ ଥିଲେ। ମଧ୍ୟରାତ୍ରି ସମୟରେ ନିଆଁ ଲାଗିବା ପରେ ତୁରନ୍ତ ରେସ୍କ୍ୟୁ ଅପରେଶନ ଜାରି ରହିଥିଲା। ଯାହା ରବିବାର ସକାଳ ପର୍ଯ୍ୟନ୍ତ ଜାରି ରହିଥିଲା।

ଗତକାଲି ନାଇଟ୍ କ୍ଲବରେ ସ୍ବତନ୍ତ୍ର ଡିଜେ ନାଇଟ୍ ଥିଲା। ରାତି ୧୧ଟାରୁ ୧୨ଟା ଭିତରେ ହଠାତ୍ ବିସ୍ଫୋରଣ ଘଟି ହୁତୁ ହୁତୁ ହେଇ ଜଳିଥିଲା ସମ୍ପୂର୍ଣ୍ଣ ଅଞ୍ଚଳ। ଅନୁମାନ କରାଯାଉଛି କି ଗ୍ୟାସ୍  ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳକୁ ରାତିରେ ହିଁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ। ତାସହ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି।

ଗୋଆର ଡିଜିପି ଆଲୋକ କୁମାର୍‌ କହିଛନ୍ତି, “ଏପର୍ଯ୍ୟନ୍ତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ମଧ୍ୟରାତ୍ରି ସମୟରେ ଲାଗିଥିଲା। ଏବେ ଏହାକୁ ନିୟନ୍ତ୍ରଣରେ ଆଣାଯାଇଛି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri