Posted inଜାତୀୟ

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଆଖି ଆଗରେ ହୁ ହୁ ହେଇ ଜଳିଯାଇଛି ପୁରା ନାଇଟ୍ କ୍ଲବ୍। ଉତ୍ତର ଗୋଆର ଆର୍ପୋରାରେ ଅବସ୍ଥିତ କ୍ଲବରେ ଶନିବାର ମଧ୍ୟରାତ୍ରି ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।

ଯେଉଁଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୮ରୁ ୧୯ ଜଣ କର୍ମଚାରୀ ଥିବା ଜଣାପଡ଼ିଛି। ୪ ପର୍ଯ୍ୟଟକ ବି ଏହି ଅଘଟଣରେ ପ୍ରାଣ ହରାଇବା ସହ ଗୁରୁତର ଭାବେ ଆହତ ହୋଇଛନ୍ତି।  ପୋଲିସ ସୂଚନା ଅନୁଯାୟୀ, ଗ୍ୟାସ ସିଲିଣ୍ଡର୍‌ ଫାଟିବା ଯୋଗୁ ଏହି ଦୁର୍ଘଟଣା ହୋଇଥାଇପାରେ ବୋଲି କୁହାଯାଉଛି। ମୃତକମାନଙ୍କ ମଧ୍ୟରେ ଅଧିକାଂଶ କ୍ଲବରେ କାମ କରୁଥିବା କର୍ମଚାରୀ ଥିବା ଜଣାପଡ଼ିଛି। ଘଟଣା ସମୟରେ କ୍ଲବରେ ଅନେକ ଲୋକ ଉପସ୍ଥିତ ଥିଲେ। ମଧ୍ୟରାତ୍ରି ସମୟରେ ନିଆଁ ଲାଗିବା ପରେ ତୁରନ୍ତ ରେସ୍କ୍ୟୁ ଅପରେଶନ ଜାରି ରହିଥିଲା। ଯାହା ରବିବାର ସକାଳ ପର୍ଯ୍ୟନ୍ତ ଜାରି ରହିଥିଲା।

ଗତକାଲି ନାଇଟ୍ କ୍ଲବରେ ସ୍ବତନ୍ତ୍ର ଡିଜେ ନାଇଟ୍ ଥିଲା। ରାତି ୧୧ଟାରୁ ୧୨ଟା ଭିତରେ ହଠାତ୍ ବିସ୍ଫୋରଣ ଘଟି ହୁତୁ ହୁତୁ ହେଇ ଜଳିଥିଲା ସମ୍ପୂର୍ଣ୍ଣ ଅଞ୍ଚଳ। ଅନୁମାନ କରାଯାଉଛି କି ଗ୍ୟାସ୍  ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳକୁ ରାତିରେ ହିଁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ। ତାସହ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି।

ଗୋଆର ଡିଜିପି ଆଲୋକ କୁମାର୍‌ କହିଛନ୍ତି, “ଏପର୍ଯ୍ୟନ୍ତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ମଧ୍ୟରାତ୍ରି ସମୟରେ ଲାଗିଥିଲା। ଏବେ ଏହାକୁ ନିୟନ୍ତ୍ରଣରେ ଆଣାଯାଇଛି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri