ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବାଣ

ଗଞ୍ଜାମ/ରମ୍ଭା,(ବନବାସୀ ସେଠୀ/ଅଖିଳ ତରାଇ)୧୯।୧୦: ଦୀପାବଳି ପୂର୍ବରୁ ରମ୍ଭା ସହରରେ ରବିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଧୋବାସୀ ପୋଖରୀ ନିକଟରେ ଖୋଲିଥିବା ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରତ୍ନାକର ବେହେରା ଏବଂ କାହ୍ନୁ ତରେଇଙ୍କ ୨ଟି ବାଣ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ବାଣ ପୋଡ଼ି ପାଉଁଶ ହୋଇଯାଇଛି।

ଖବର ପାଇ ରମ୍ଭା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ୨ଟି ଗାଡ଼ି ସାହାଯ୍ୟରେ ନିଆଁକୁ ଆୟତ୍ତ କରିଛନ୍ତି। ଏପରିକି ନିଆଁ ଲିଭାଇବା ବେଳେ ବର୍ଷା ହେବାରୁ ନିଆଁବୁ ନିୟନ୍ତ୍ରଣ କରିବାରେ ବେଶ୍‌ ସହାୟକ ହୋଇଥିଲା।

ରମ୍ଭା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଏବଂ ପ୍ରାଥମିକ ସୂଚନା ଅନୁଯାୟୀ ସର୍ଟ ଶର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ରମ୍ଭା ସହରରେ ଦୀପାବଳି ପାଇଁ ୫ଟି ବାଣ ଦୋକାନକୁ ଲାଇସେନ୍ସ ପ୍ରଦାନ କରାଯାଇଛି। ଏପରି କି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଧୋବାସୀ ପୋଖରୀ ନିକଟରେ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି।

ଦୀପାବଳି ପୂର୍ବରୁ ବାଣ ଦୋକାନରେ ଅଗ୍ନିକାଣ୍ଡ ବ୍ୟବସାୟୀଙ୍କୁ ବଡ଼ ଆର୍ଥିକ କ୍ଷତି ପହଞ୍ଚାଇଛି। ପ୍ରଶାସନ ଏବଂ ପୋଲିସ ଘଟଣାର ତଦନ୍ତ କରି ଭବିଷ୍ୟତରେ ଏପରି ଅଘଟଣ ନ ହେବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପକ୍ଷେ ଅଗ୍ନକାଣ୍ଡ ପରେ ସହରରେ ସତର୍କତାକକୁ ବଢାଇବା ସହ ବାଣ କିଣିବା ସମୟରେ ସୁରକ୍ଷାର ଧ୍ୟାନ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri