ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବାଣ

ଗଞ୍ଜାମ/ରମ୍ଭା,(ବନବାସୀ ସେଠୀ/ଅଖିଳ ତରାଇ)୧୯।୧୦: ଦୀପାବଳି ପୂର୍ବରୁ ରମ୍ଭା ସହରରେ ରବିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଧୋବାସୀ ପୋଖରୀ ନିକଟରେ ଖୋଲିଥିବା ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରତ୍ନାକର ବେହେରା ଏବଂ କାହ୍ନୁ ତରେଇଙ୍କ ୨ଟି ବାଣ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ବାଣ ପୋଡ଼ି ପାଉଁଶ ହୋଇଯାଇଛି।

ଖବର ପାଇ ରମ୍ଭା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ୨ଟି ଗାଡ଼ି ସାହାଯ୍ୟରେ ନିଆଁକୁ ଆୟତ୍ତ କରିଛନ୍ତି। ଏପରିକି ନିଆଁ ଲିଭାଇବା ବେଳେ ବର୍ଷା ହେବାରୁ ନିଆଁବୁ ନିୟନ୍ତ୍ରଣ କରିବାରେ ବେଶ୍‌ ସହାୟକ ହୋଇଥିଲା।

ରମ୍ଭା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଏବଂ ପ୍ରାଥମିକ ସୂଚନା ଅନୁଯାୟୀ ସର୍ଟ ଶର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ରମ୍ଭା ସହରରେ ଦୀପାବଳି ପାଇଁ ୫ଟି ବାଣ ଦୋକାନକୁ ଲାଇସେନ୍ସ ପ୍ରଦାନ କରାଯାଇଛି। ଏପରି କି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଧୋବାସୀ ପୋଖରୀ ନିକଟରେ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି।

ଦୀପାବଳି ପୂର୍ବରୁ ବାଣ ଦୋକାନରେ ଅଗ୍ନିକାଣ୍ଡ ବ୍ୟବସାୟୀଙ୍କୁ ବଡ଼ ଆର୍ଥିକ କ୍ଷତି ପହଞ୍ଚାଇଛି। ପ୍ରଶାସନ ଏବଂ ପୋଲିସ ଘଟଣାର ତଦନ୍ତ କରି ଭବିଷ୍ୟତରେ ଏପରି ଅଘଟଣ ନ ହେବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପକ୍ଷେ ଅଗ୍ନକାଣ୍ଡ ପରେ ସହରରେ ସତର୍କତାକକୁ ବଢାଇବା ସହ ବାଣ କିଣିବା ସମୟରେ ସୁରକ୍ଷାର ଧ୍ୟାନ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri