Posted inଜାତୀୟ

ଡିଜେଲ ନେଉଥିବା ଟ୍ରେନ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଚେନ୍ନାଇ,୧୩ା୭: ତାମିଲନାଡୁ ଉତ୍ତର ଭାଗରେ ଥବା ତିରୁଭଲ୍ଲୁରଠାରେ ରବିବାର ଡିଜେଲ ନେଉଥିବା ଏକ ମାଲ୍‌ବାହୀ ଟ୍ରେନ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ଚେନ୍ନାଇ-ଅରାକ୍କୋନମ୍‌ ରୁଟ୍‌ରେ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହୋଇଥିବା ସଦର୍ନ ରେଲ୍‌ଓ୍ବେ ପକ୍ଷରୁ କୁହାଯାଇଛି।

ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ତେବେ ଷ୍ଟେଶନରେ ଅଟକି ରହିଥିବା ଯାତ୍ରୀମାନଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ରାଜ୍ୟ ପରିବହନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍‌ ଚଳାଚଳ କରାଯାଉଛି। ରେଲ୍‌ଓ୍ବେ ଅଧିକାରୀଙ୍କ କହିବା ଅନୁଯାୟୀ, ଗୁଡ୍ସ ଟ୍ରେନ୍‌ ତିରୁଭଲ୍ଲୁର ଷ୍ଟେଶନ ଛାଡ଼ୁଥିବାବେଳେ ଡିଜେଲ ଥିବା କେତେକ ଓ୍ବାଗନରେ ନିଆଁ ଲାଗିଯାଇଥିଲା।

ତୃତୀୟ ଓ୍ବାଗନରେ ନିଆଁ ଲାଗି ଏହା ପଛରେ ଥିବା ଅନ୍ୟ ଓ୍ବାଗନଗୁଡ଼ିକୁ ବ୍ୟାପିଯାଇଥିଲା। ୧୮ଟି ଓ୍ବାଗନ ସମ୍ପୂର୍ଣ୍ଣ ଜଳିଯାଇଛି। ନିଆଁ ଦେଖି ଲୋକୋ ପାଇଲଟ୍‌ ତୁରନ୍ତ ଜରୁରୀ ବ୍ରେକ୍‌ ଚାପିବା ସହ ତିରୁଭଲ୍ଲୁର ଷ୍ଟେଶନମାଷ୍ଟର ସୁରକ୍ଷା ପଦକ୍ଷେପ ସ୍ବରୂପ ଓଭରହେଡ୍‌ ବିଦ୍ୟୁତ୍‌ ଯୋଗାଣ ବନ୍ଦ କରିଦେଇଥିଲେ।

ଟ୍ରେନ୍‌ଟି ଚେନ୍ନାଇ ହାର୍ବରରୁ ଓ୍ବାଲାଜା ରୋଡ୍‌ ସାଇଡିଂକୁ ଯାଉଥିଲା। ଅଗ୍ନିକାଣ୍ଡ ଫଳରେ ବହୁ ଉଚ୍ଚ ପର୍ଯ୍ୟନ୍ତ ବହଳ ଧୂଆଁ ଉଠୁଥିବା ଦେଖାଯାଇଛି। ନିଆଁଲିଭା କାର୍ଯ୍ୟରେ ବହୁସଂଖ୍ୟାରେ ଅଗ୍ନିଶମ ଦମକଳକୁ ନିୟୋଜିତ କରାଯାଇଛି। ଷ୍ଟେଶନ ନିକଟବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଚେନ୍ନାଇ-ଆରାକୋନମ୍‌ ସେକ୍ସନରେ ସମସ୍ତ ଟ୍ରେନ୍‌ ଚଳାଚଳକୁ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri