ସୁନା ଦୋକାନରେ ଭୀଷଣ ନିଆଁ: ସବୁ ଜଳିପୋଡ଼ି ଛାରଖାର୍‌

ମୁନିଗୁଡା,୭।୧୦(ନନ୍ଦ କିଶୋର ପଟ୍ଟନାୟକ):ରାୟଗଡା ଜିଲା ମୁନିଗୁଡାର ପାଇକସାହି ଛକ ବଜାରସ୍ଥିତ ପ୍ରିୟଙ୍କା ଜୁଏଲାରୀ ନାମକ ଏକ ସୁନା ଦୋକାନରେ ବିଳମ୍ବିତ ରାତିରେ ନିଆଁ ଲାଗିଯିବା ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡିଛି। ଦୋକାନରେ ନିଆଁ ଲାଗିଥିବା ନେଇ ଆଖପାଖ ଲୋକ ଦେଖିବା ପରେ ତୁରନ୍ତ ଦୋକାନ ମାଲିକକୁ ଡାକିଥିଲେ l ମାଲିକ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବରପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ସୂଚନା ଯେ, ଦୀର୍ଘ ବର୍ଷ ଧରି ଏହି ସୁନା ଦୋକାନ ରହିଥିବାବେଳେ ଏହି କେତେ ଦିନ ହେବ ମାଲିକ ଦୋକାନକୁ ମଡିଫିକେଶନ ପାଇଁ ନୂତନ ଭାବେ ସମସ୍ତ ସୋକେଶ ସହ ଇଣ୍ଡିରିୟର କାମ ସାରିଥିଲେ। ଆଗାମୀ ଦିନରେ ଧନନ୍ତରେସ ଥିବାରୁ ଗତକାଲି ସକାଳେ ପୂଜାର୍ଚ୍ଚନା ମଧ୍ୟ କରିଥିଲେ l ତେଣୁ ଦୋକାନରେ କିଛି ସୁନା ଓ ରୁପା ସାମଗ୍ରୀ ରଖି ନ ଥିଲେ। ଯାହା ଫଳରେ ସୌଭାଗ୍ୟବଶତଃ କୌଣସି ଗହଣା ନଷ୍ଟ ହୋଇନଥିବା ଜଣାପଡିଛି l କିନ୍ତୁ ନିଆଁ ଲାଗିଯିବା ଫଳରେ ନୂଆ ତିଆରି ହୋଇଥିବା ଦୋକାନର ସମସ୍ତ ସୋକେସ, ପ୍ରିଣ୍ଟର,ଓଜନ ମେସିନ ଭଳି ଅନେକ ଜିନିଷ ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡିଛି l ତେବେ ବିଳମ୍ବିତ ରାତିରେ କେଉଁ କାରଣରୁ ଏଭଳି ଅଗ୍ନିକାଣ୍ଡ ଘଟିଛି। ତାହାର କାରଣ ସ୍ପଷ୍ଟ ହୋଇପାରିନାହିଁ।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri