Posted inଜାତୀୟ

ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ: ୪ ମୃତ ୬୪ରୁ ଅଧିକ ଆହତ

ଭଦୋହି,୩ ।୧୦: ଉତ୍ତର ପ୍ରଦେଶ ଭଦୋହିର ଓରାଇ କୋତୱାଲିଠାରୁ କିଛି ଦୂରରେ ଥିବା ଏକତା ଦୁର୍ଗା ପୂଜା ପେଣ୍ଡାଲରେ ରବିବାର ରାତି ପ୍ରାୟ ୮ଟାରେ ଆରତି ସମୟରେ ନିଆଁ ଲାଗିଯାଇଥିଲା । ଚାହୁଁ ଚାହୁଁ ଏହା ସବୁଆଡକୁ ବ୍ୟାପି ଯାଇଥିଲା । ସ୍ଥାନୀୟ ଲୋକ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଜଣେ ବାଳକ ଅଙ୍କୁଶ ସୋନି(୧୨)ଙ୍କ ସମତ ୪ ଜଣଙ୍କ ମୃତ୍ୟୁ ହେବା ସହ ୬୪ରୁ ଅଧିକ ନିଆଁରେ ପୋଡି ହୋଇ ଆହତ ହୋଇଛନ୍ତି । ବାରାଣାସୀରେ ଚିକିତ୍ସା ସମୟରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ହେଲେ ପ୍ରଶାସନ ପକ୍ଷରୁ ୧୨ ବର୍ଷର ବାଳକ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି । ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି । ଏମାନଙ୍କୁ ସିଏଚସି ଓ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏମାନଙ୍କ ମଧ୍ୟରୁ ୩୭ ଜଣଙ୍କୁ ବାରାଣସୀ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରୁ ୨୦ ଜଣ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।
ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ଜିଲାପାଳ, ଏସପି, ଅନ୍ୟ ଅଧିକାରୀମାନେ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ପ୍ରାୟ ୧ ଘଣ୍ଟା ମଧ୍ୟରେ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଥିବା ବେଳେ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri