Posted inଜାତୀୟ

ଘରେ ଶୋଇଥିବା ଅବସ୍ଥାରେ ଲାଗିଗଲା ନିଆଁ, ଗୋଟିଏ ପରିବାରର ୩ଜଣ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ୬।୧: ଦିଲ୍ଲୀର ଆଦର୍ଶ ନଗର ଅଞ୍ଚଳରେ ଥିବା ଦିଲ୍ଲୀ ମେଟ୍ରୋ ଷ୍ଟାଫ୍ କ୍ୱାର୍ଟର୍ସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ସ୍ୱାମୀ, ସ୍ତ୍ରୀ ଏବଂ ଏକ ନିର୍ଦ୍ଦୋଷ ଶିଶୁର ଦୁଃଖଦ ମୃତ୍ୟୁ ହୋଇଛି । ତିନି ଜଣଙ୍କ ମୃତଦେହ ଦଗ୍ଧ ଅବସ୍ଥାରେ ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଅଗ୍ନିଶମ ବିଭାଗ ଅନୁଯାୟୀ, ଡିଏମଆରସି କ୍ୱାର୍ଟରରେ ଘରର ଜିନିଷପତ୍ରରେ ନିଆଁ ଲାଗିବା ବିଷୟରେ ସେମାନେ ବିଳମ୍ବିତ ରାତି ୨ ଟା ୩୯ ରେ ଏକ ଫୋନ୍ ପାଇଥିଲେ। ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳକୁ ଛଅଟି ଗାଡ଼ି ପଠାଯାଇଥିଲା। ପଞ୍ଚମ ମହଲାରେ ନିଆଁ ଲାଗିଥିଲା। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚିବା ପରେ ସେମାନେ ତିନି ଜଣଙ୍କ ପୁରା ଜଳିଯାଇଥିବା ଦେଖାଯାଇଥିଲା । ମୃତକଙ୍କ ନାମ ୪୨ ବର୍ଷୀୟ ଅଜୟ, ୩୮ ବର୍ଷୀୟ ନୀଲମ ଏବଂ ୧୦ ବର୍ଷୀୟ ଜାହ୍ନବୀ ବୋଲି ଚିହ୍ନଟ କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି।

ଦିଲ୍ଲୀର ଆଦର୍ଶ ନଗର ଅଞ୍ଚଳରେ ଏହି ଘଟଣା ଘଟିଛି । ଡିଏମଆରସି କ୍ୱାର୍ଟରଗୁଡ଼ିକ ମଜଲିସ୍ ପାର୍କ ମେଟ୍ରୋ ଷ୍ଟେସନ ନିକଟରେ ଅବସ୍ଥିତ । ଏହି ଘଟଣାରେ ସ୍ୱାମୀ, ସ୍ତ୍ରୀ ଏବଂ ଛୁଆ ପୋଡ଼ିଯାଇ ପ୍ରାଣ ହରାଇଛନ୍ତି । ତେବେ କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri