ବ୍ୟାଙ୍କକ୍‌ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭

ବ୍ୟାଙ୍କକ୍‌,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା ଜଳିଯାଇଛନ୍ତି। ୬୦ ଆହତଙ୍କ ମଧ୍ୟରୁ ୨୨ ଜଣ ଗୁରୁତର ହୋଇଛନ୍ତି।

ରବିବାର ବିଳମ୍ବିତ ରାତିରେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ।
ସୋସିଆଲ ମିଡିଆ ‘X’ ରେ ପୋଷ୍ଟ ହୋଇଥିବା ଫୁଟେଜରେ ଲୋକମାନେ ବାହାରକୁ ଦୌଡ଼ିବା ସମୟରେ ବାର୍‌ରୁ ନିଆଁ ବାହାରକୁ ବାହାରିବା, କିଛି ଲୋକ ଚିତ୍କାର କରିବା ଏବଂ କିଛି ଲୋକ ତଳେ ପଡ଼ିଯିବାର ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ ଆନୁଟିନ୍‌ ଚାର୍ଣ୍ଣଭିରାକୁଲ ଶୋକ ପ୍ରକାଶ କରବା ସହ ଏହାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ଯେ, ୨୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ଅନ୍ୟମାନଙ୍କୁ ହସ୍ପିଟାଲକୁ ନିଆଯାଇଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri