Posted inଜାତୀୟ

ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ

ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ ଆହତ ହୋଇଛନ୍ତି। କେତେଜଣ ଶିଶୁ ଜଳିଯାଇଥିବାବେଳେ ଶ୍ୱାସରୁଦ୍ଧ ହୋଇ ଅନ୍ୟ କେତେଜଣଙ୍କ ଜୀବନ ଯାଇଛି। ଅନ୍ୟ ୩୭ ଜଣଙ୍କୁ ଉଦ୍ଧାର କରାଯାଇଛି। ରାତି ୧୦ଟା ୩୦ ସମୟରେ ହସ୍ପିଚଟାଲରେ ନିଆଁ ଲାଗିଥିବାବେଳେ କର୍ମଚାରୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।

ଏହି ଦୁର୍ଘଟଣା ପରେ ସକାଳେ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଝାନସିର ମହାରାଣୀ ଲକ୍ଷ୍ମୀବାଇ ମେଡିକାଲ କଲେଜରେ ପହଞ୍ଚି ଏହି ଘଟଣାର ନଜର ରଖିଥିଲେ।

ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏହି ଦୁର୍ଘଟଣାର ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ପିଲାମାନଙ୍କୁ ଚିକିତ୍ସା କରାଯାଉଛି ବୋଲି କହିଛନ୍ତି। ଆର୍ଥିକ ସହାୟତା ପାଇଁ ମଧ୍ୟ ଆମେ ପ୍ରସ୍ତୁତ। ନବଜାତ ଶିଶୁର ମୃତ୍ୟୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ପରିବାର ସଦସ୍ୟଙ୍କ ସହ ଆମେ ନବଜାତ ଶିଶୁର ମୃତଦେହ ଚିହ୍ନଟ କରିବାକୁ ଚେଷ୍ଟା କରୁଛୁ। ପ୍ରଥମ ଅନୁସନ୍ଧାନ ପ୍ରଶାସନିକ ସ୍ତରରେ କରାଯିବ ଦ୍ୱିତୀୟ ତଦନ୍ତ ପୋଲିସ ଦ୍ୱାରା କରାଯିବ ବୋଲି ସେ କହିଛନ୍ତି।

ଘଟଣାର ତଦନ୍ତ କରି ୧୨ ଘଣ୍ଟା ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ କମିଶନର ଏବଂ ଡିଆଇଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିଆଁ ଲାଗିବାରୁ ଦଳାଚକଟା ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ହସ୍ପିଟାଲର ଝରକା ଭାଙ୍ଗି ମେଡିକାଲ କର୍ମଚାରୀମାନେ କେତେଜଣ ରୋଗୀଙ୍କୁ ବାହାର କରିଥିଲେ। ବିଦ୍ୟୁତ୍‌ ଶଟ୍‌ସର୍କିଟରୁ ନିଆଁ ଲାଗିଥିବା କାନପୁର ଜୋନ୍‌ ଏଡିଜି ଆଲୋକ ସିଂ କହିଛନ୍ତି। ମୃତ ଶିଶୁମାନେ ସେହି ସମୟରେ ଇନ୍‌କ୍ୟୁବେଟରରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri