Posted inଜାତୀୟ

୩ ଲୋକଙ୍କୁ ହତ୍ୟା ପରେ ଅଶାନ୍ତ ମଣିପୁର: ଡ୍ରୋନ, ବୋମା ଏବଂ ଗୁଳିରେ ଆକ୍ରମଣ କରୁଛନ୍ତି ଉପଦ୍ରବକାରୀ, ଜବାବ ଦେଉଛି ପୋଲିସ

ଇମ୍ଫାଲ,୫।୮: ମଣିପୁରରେ ଜାତିଆଣ ବିବାଦର ନିଆଁ ଲିଭିବାର ନାଁ ନେଉନାହିଁ। ଉପଦ୍ରବକାରୀମାନେ ବିଷ୍ଣୁପୁର ଜିଲାରେ ମୈତେଇ ସମ୍ପ୍ରଦାୟର ୩ ଜଣଙ୍କୁ ହତ୍ୟା କରିବା ସହ ଅନେକ ଘରେ ନିଆଁ ଲଗାଇ ଦେଇଛନ୍ତି। ଏହି ହିଂସା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଶନିବାର ସକାଳେ ବିଷ୍ଣୁପୁର କ୍ୱାକଟା ଅଞ୍ଚଳରେ ଥିବା କୁକି ପ୍ରାଧାନ୍ୟ ପାହାଡ଼ରୁ ପୋଲିସ ଏବଂ ଉପଦ୍ରବକାରୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ ହେଉଛି। ବିଶେଷକରି ବୋମା ଏବଂ ଡ୍ରୋନ ଜରିଆରେ ଉପଦ୍ରବକାରୀ ଆକ୍ରମଣ କରୁଥିବା ବେଳେ ମଣିପୁର ପୋଲିସ, ସିଡିଓ, କମାଣ୍ଡୋମାନେ ଏହାର ଜବାବ ଦେଉଛନ୍ତି।

ଶୁକ୍ରବାର ରାତିରେ ବିଷ୍ଣୁପୁରରେ ୩ ସ୍ଥାନୀୟ ଲୋକଙ୍କୁ ହତ୍ୟା କରାଯିବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ପାହାଡ଼ ଅଞ୍ଚଳରୁ ଆସୁଥିବା ଡ୍ରୋନ କୁ ପୋଲିସ ଏବଂ ସ୍ଥାନୀୟ ସଶସ୍ତ୍ର ଗ୍ରାମବାସୀ ଗୁଳି ଚଳାଇ ଖସାଇବାକୁ ଚେଷ୍ଟା କରୁଛନ୍ତି। ଏଥିସହ ସୀମାରେ ସ୍ନାଇପର ଏବଂ କମାଣ୍ଡୋ ନିଯୁକ୍ତ ହୋଇଛନ୍ତି। ତେବେ କିଛି ଲୋକ ବଫର ଜୋନ ପାର କରି ମୈତେଇ ଅଞ୍ଚଳକୁ ଆସି ଗୁଳି ଚଳାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri