Posted inଜାତୀୟ

ଜମ୍ମୁ-କଶ୍ମୀରରେ ଭୟଙ୍କର ଭୂସ୍ଖଳନ: ୧୬ ମୃତ, ଅନେକ ନିଖୋଜ

ନୂଆଦିଲ୍ଲୀ,୧୯।୭: ଉତ୍ତର ଏବଂ ପୂର୍ବ ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିବା ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ଅନେକ ନିଖୋଜ ଥିବା ସୂଚନା ମିଳିଛି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୬ରୁ ୭ ଦିନ ଉତ୍ତର, ପୂର୍ବ ଏବଂ ଉତ୍ତର-ପୂର୍ବ ଭାରତରେ ମୌସୁମୀ ସକ୍ରିୟ ରହିବା ସାଙ୍ଗକୁ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ଜମ୍ମୁ ଏବଂ କଶ୍ମୀରରେ ପ୍ରବଳ ବର୍ଷା ହୋଇ ଅଧିକ କ୍ଷତିଗ୍ରସ୍ତ ହୋଇଛି। ପୁଞ୍ଚ ଏବଂ ରାଜୌରୀର ଯୋଡ଼ା ସୀମାବର୍ତ୍ତୀ ଜିଲାଗୁଡ଼ିକରେ ବାଦଲ ଫଟା ବର୍ଷା ଯୋଗୁ ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଅତିକମରେ ୧୧ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ନିଖୋଜ ଅଛନ୍ତି।

ପୁଞ୍ଚ ଜିଲାର ସୁରନକୋଟ ତହସିଲ ଅଞ୍ଚଳରେ ସବୁଠାରୁ ଅଧିକ କ୍ଷୟକ୍ଷତି ହୋଇଛି। ଏପରିକି ସମ୍ପୃକ୍ତ ଅଞ୍ଚଳରେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ହୋଇଛି। ଅଧିକାରୀଙ୍କ କହିବା ମୁତାବକ, ନିରନ୍ତର ବର୍ଷା ଏବଂ କ୍ଷତିଗ୍ରସ୍ତ ରାସ୍ତା ମଧ୍ୟରେ ନିଖୋଜଙ୍କୁ ଖୋଜିବା କଷ୍ଟକର ହେଉଥିବା କହିଛନ୍ତି।

ଇତିମଧ୍ୟରେ ପ୍ରସ୍ତାବିତ ରାଜ୍ୟ ମାନ୍ୟତା ପ୍ରତିବାଦ ପାଇଁ ଦିଲ୍ଲୀରେ ଥିବା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଜାତୀୟ ରାଜଧାନୀରେ ତାଙ୍କର ରହଣି କମାଇ ଜମ୍ମୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।

ଉପରାଜ୍ୟପାଳ ମନୋଜ ସିହ୍ନା ବର୍ଷା ଏବଂ ବନ୍ୟା ପ୍ରଭାବିତ ଜିଲାଗୁଡ଼ିକର ପରିସ୍ଥିତି ସମୀକ୍ଷା କରିଛନ୍ତି। ଏପରିକି ପ୍ରଭାବିତ ପରିବାରଗୁଡ଼ିକୁ ତୁରନ୍ତ ରିଲିଫ ଏବଂ ସହାୟତା ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହା ବ୍ୟତୀତ, ପାଣିପାଗ ବିଭାଗ ଆଗାମୀ କିଛି ଦିନ ମଧ୍ୟରେ ଜମ୍ମୁ ଏବଂ କାଶ୍ମୀରରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଥିବାରୁ କର୍ତ୍ତୃପକ୍ଷ ପହଲଗାମ ଏବଂ ବାଲତାଲ ରୁଟ୍‌ରେ ଅମରନାଥ ଯାତ୍ରାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛନ୍ତି। ଅଧିକାରୀମାନେ କାଶ୍ମୀର ଅଞ୍ଚଳର ବାଲତାଲ ଏବଂ ନୂନୱାନ/ଚନ୍ଦନୱାରି ବେସ କ୍ୟାମ୍ପ ଏବଂ ଜମ୍ମୁର ଭଗବତୀନଗର ଯାତ୍ରୀ ନିବାସରୁ ଆଗକୁ ଗତି କରିବାକୁ ନିଷେଧ କରିଛନ୍ତି।

ରବିବାର ଭୋରରୁ କାଶ୍ମୀର ଜଙ୍ଗଲରେ ବାଦଳ ଫଟା ବର୍ଷା ଆରମ୍ଭ ହୋଇଥିଲା। ପାଣିପାଗ ବିଭାଗ ଜମ୍ମୁ ଏବଂ କଶ୍ମୀରରେ ଜୁଲାଇ ୧୯ରୁ ୨୩ ପର୍ଯ୍ୟନ୍ତ ବର୍ଷା ହେବାନେଇ ପୂର୍ବାନୁମାନ କରିଛି।

ଏପରିକି ଉତ୍ତରାଖଣ୍ଡ, ହରିଦ୍ୱାର ଜିଲ୍ଲାରେ ବଜ୍ରପାତ ଯୋଗୁଁ ୨ଜଣଙ୍କ ମୃତ୍ୟୁ ହୋଇଛି। ନିରନ୍ତର ବର୍ଷା ଯୋଗୁ ୧୦ଟି ଜିଲା ପାଇଁ ରେଡ୍‌ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେଶନ ସେଣ୍ଟର (SEOC) ଅନୁଯାୟୀ, ଅବିରତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଟି ଜାତୀୟ ରାଜପଥ ସମେତ ୮୪ଟି ରାସ୍ତା ଅବରୋଧ ହୋଇଛି।

ଆଗାମୀ କିଛି ଦିନ ପାଇଁ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସତର୍କତା ଜାରି କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri