Posted inଜାତୀୟ

ଓ୍ବାୟନାଡରେ ଭୟଙ୍କର ଭୂସ୍ଖଳନ: ମୃତ୍ୟୁସଂଖ୍ୟା ଶହେ ପାର୍‌, ମାଟି ତଳେ ଆହୁରି ଚାପି ହୋଇଛନ୍ତି ଶହଶହ ପରିବାର

ଓ୍ବାୟନାଡ,୩୦।୭: କେରଳ ୱାୟନାଡରେ ପ୍ରକୃତିର ମୃତ୍ୟୁ ତାଣ୍ଡବ। ଏବେଯାଏଁ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର୍‌ ହୋଇଛି। ଆଜି ସଂଧ୍ୟା ସୁଦ୍ଧା ୧୦୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଏବେ ମଧ୍ୟ ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।

ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ ତିନୋଟି ଭୂସ୍ଖଳନ ହେବା ପରେ ରାସ୍ତା-ଘାଟ, ଘର-ଦ୍ୱାର ଧୋଇ ହୋଇଯାଇଛି। ଓ୍ବାୟନାଡର ମୋପ୍ପାଡି, ମୁବାଡକାଇ ଏବଂ ଚୁରାଲ ମାଲା ଗାଁ ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ରୂପେ ବିଚ୍ଛିନ୍ନ ହୋଇଯାଇଛି।

ସୂଚନା ଅନୁସାରେ, ଗତକାଲି ରାତିରୁ ୱାୟନାଡରେ ପ୍ରବଳ ବର୍ଷା ପରେ ତିନୋଟି ଭୂସ୍ଖଳନ ହୋଇଥିଲା। ଫଳରେ ନଦୀ ଜଳସ୍ତର ବୃଦ୍ଧି ପାଇ ପୋଲ ଭାସି ଯାଇ ଗାଁ ମଧ୍ୟକୁ ବନ୍ୟା ପାଣି ପଶି ଯାଇଥିଲା। ଏଥିରେ ପାହାଡିଆ ଅଞ୍ଚଳ ମୋପ୍ପାଡି, ମୁବାଡକାଇ ଏବଂ ଚୁରାଲ ମାଲା ବିଶେଷ ଭାବେ ପ୍ରଭାବିତ ହୋଇଛି।

ଏହି ତିନି ଗାଁର ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ପରିବାର ମାଟି ତଳେ ଚାପି ହୋଇ ଯାଇଥିବା କୁହାଯାଉଛି। ଖବର ପାଇ ଏନଡିଆରଏଫ ଟିମ ସହ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାରଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri