ସମ୍ବଲପୁରରେ ବଡ଼ଧରଣର ଲୁଟ୍‌

ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍‌ ସଂସ୍ଥା କାର୍ଯ୍ୟାଳୟରେ ପଶି କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ଦେଖାଇ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ଏହି ଘଟଣା ସମ୍ବଲପୁରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ପ୍ରାୟ ସାଢ଼େ ୯ଟାରେ ବୁଢାରଜା ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥା କାର୍ଯ୍ୟାଳୟ ଖୋଲି ଥିଲା। ସେତିକିବେଳେ ତିନୋଟି ବାଇକ୍‌ରେ ୬ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଆସି କାର୍ଯ୍ୟାଳୟରେ ପ୍ରବେଶ କରିଥିଲେ। ପରେ ସେମାନେ ସୁରକ୍ଷାକର୍ମୀ ଏବଂ ଭିତରେ ଥିବା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ମାଡପିଟ କରି ଏକ କଠୋରୀରେ ବନ୍ଦ କରିଦେଲେ। ପରେ କର୍ମଚାରୀଙ୍କଠାରୁ ପାସଓ୍ବାର୍ଡ ନେଇ ସୁନା ଗହଣା ରଖାଯାଇଥିବା ଟ୍ରେଜେରୀ ଖୋଲି ପ୍ରାୟ ୩୦ କେଜି ସୁନା ଗହଣାକୁ ଏକ ବ୍ୟାଗରେ ଧରି ଚମ୍ପଟ ମାରିଥିଲ।

ଶାଖା ପ୍ରବନ୍ଧଙ୍କଠାରୁ ଖବର ପାଇ ଅଇଁଠାପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଡକାୟତଙ୍କୁ ଧରିବା ପାଇଁ ସମ୍ବଲପୁରର ବିଭିନ୍ନ ପ୍ରବେଶ ଓ ପ୍ରସ୍ଥାନ ପଥକୁ ସିଲ୍‌ କରାଯାଇଛି। ଏପରିକି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଏହି ଘଟଣା ସମ୍ବଲପୁରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri