ସମ୍ବଲପୁରରେ ବଡ଼ଧରଣର ଲୁଟ୍‌

ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍‌ ସଂସ୍ଥା କାର୍ଯ୍ୟାଳୟରେ ପଶି କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ଦେଖାଇ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ଏହି ଘଟଣା ସମ୍ବଲପୁରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ପ୍ରାୟ ସାଢ଼େ ୯ଟାରେ ବୁଢାରଜା ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥା କାର୍ଯ୍ୟାଳୟ ଖୋଲି ଥିଲା। ସେତିକିବେଳେ ତିନୋଟି ବାଇକ୍‌ରେ ୬ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଆସି କାର୍ଯ୍ୟାଳୟରେ ପ୍ରବେଶ କରିଥିଲେ। ପରେ ସେମାନେ ସୁରକ୍ଷାକର୍ମୀ ଏବଂ ଭିତରେ ଥିବା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ମାଡପିଟ କରି ଏକ କଠୋରୀରେ ବନ୍ଦ କରିଦେଲେ। ପରେ କର୍ମଚାରୀଙ୍କଠାରୁ ପାସଓ୍ବାର୍ଡ ନେଇ ସୁନା ଗହଣା ରଖାଯାଇଥିବା ଟ୍ରେଜେରୀ ଖୋଲି ପ୍ରାୟ ୩୦ କେଜି ସୁନା ଗହଣାକୁ ଏକ ବ୍ୟାଗରେ ଧରି ଚମ୍ପଟ ମାରିଥିଲ।

ଶାଖା ପ୍ରବନ୍ଧଙ୍କଠାରୁ ଖବର ପାଇ ଅଇଁଠାପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଡକାୟତଙ୍କୁ ଧରିବା ପାଇଁ ସମ୍ବଲପୁରର ବିଭିନ୍ନ ପ୍ରବେଶ ଓ ପ୍ରସ୍ଥାନ ପଥକୁ ସିଲ୍‌ କରାଯାଇଛି। ଏପରିକି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଏହି ଘଟଣା ସମ୍ବଲପୁରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri