ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ପାଇଁ ବଡ଼ ପ୍ରସ୍ତୁତି: ବିଧାୟକ ଦେଲେ ଏମିତି ନିର୍ଦ୍ଦେଶ

ଭଞ୍ଜନଗର,୪।୯(ବାବୁଲା ପ୍ରଧାନ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଉକ୍ତ ଦିନକୁ ମନେ ପକାଇବା ପାଇଁ ସମଗ୍ର ରାଜ୍ୟରେ ଲକ୍ଷାଧିକ ଚାରା ରୋପଣ ହେବ। ଏଥିପାଇଁ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏହିଭଳି ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ଉକ୍ତ କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ବ୍ଲକ ପ୍ରଶାସନ, ଶିକ୍ଷା ବିଭାଗ, ଜଙ୍ଗଲ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଗୋଟିଏ ଗଛ ମା’ଙ୍କ ନାମରେ ଲଗାଯିବ। ତେଣୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏନେଇ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ଡାକି କାର୍ଯ୍ୟକ୍ରମ କିଭଳି ସଫଳ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଗଛ ଗୁଡ଼ିକ କିଭଳି ସୁରକ୍ଷିତ ରହିପାରିବ ସେଥିପ୍ରତି ଧ୍ୟାନ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅପରପକ୍ଷେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ମଧ୍ୟ ଉକ୍ତ ଦିନ ଚାରା ରୋପଣ ହେବ। ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଜାତୀୟ ସେବା ଯୋଜନା ପୁରୁଷ ଶାଖା ଏବଂ ମହିଳା ଶାଖା ପକ୍ଷରୁ ଏନେଇ ପଦକ୍ଷେପ ନିଆଯାଇଛି। କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ମହାପାତ୍ର, ହର ପ୍ରସାଦ ଶତପଥି, ପ୍ରଶାନ୍ତ ରଥ,
ଯୋଜନା ଅଧିକାରୀ ବି ପ୍ରଧାନ, ସସ୍ମିତା ଦାସ, ଏନଏସଏସ ଅଫିସର୍‌ ଅର୍ପଣ ପ୍ରଧାନ, ନାଭାଲ ଅଫିସର ବିଭୁତି ଗୌଡ଼ ପ୍ରମୁଖ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri