ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ପାଇଁ ବଡ଼ ପ୍ରସ୍ତୁତି: ବିଧାୟକ ଦେଲେ ଏମିତି ନିର୍ଦ୍ଦେଶ

ଭଞ୍ଜନଗର,୪।୯(ବାବୁଲା ପ୍ରଧାନ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଉକ୍ତ ଦିନକୁ ମନେ ପକାଇବା ପାଇଁ ସମଗ୍ର ରାଜ୍ୟରେ ଲକ୍ଷାଧିକ ଚାରା ରୋପଣ ହେବ। ଏଥିପାଇଁ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏହିଭଳି ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ଉକ୍ତ କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ବ୍ଲକ ପ୍ରଶାସନ, ଶିକ୍ଷା ବିଭାଗ, ଜଙ୍ଗଲ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଗୋଟିଏ ଗଛ ମା’ଙ୍କ ନାମରେ ଲଗାଯିବ। ତେଣୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏନେଇ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ଡାକି କାର୍ଯ୍ୟକ୍ରମ କିଭଳି ସଫଳ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଗଛ ଗୁଡ଼ିକ କିଭଳି ସୁରକ୍ଷିତ ରହିପାରିବ ସେଥିପ୍ରତି ଧ୍ୟାନ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅପରପକ୍ଷେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ମଧ୍ୟ ଉକ୍ତ ଦିନ ଚାରା ରୋପଣ ହେବ। ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଜାତୀୟ ସେବା ଯୋଜନା ପୁରୁଷ ଶାଖା ଏବଂ ମହିଳା ଶାଖା ପକ୍ଷରୁ ଏନେଇ ପଦକ୍ଷେପ ନିଆଯାଇଛି। କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ମହାପାତ୍ର, ହର ପ୍ରସାଦ ଶତପଥି, ପ୍ରଶାନ୍ତ ରଥ,
ଯୋଜନା ଅଧିକାରୀ ବି ପ୍ରଧାନ, ସସ୍ମିତା ଦାସ, ଏନଏସଏସ ଅଫିସର୍‌ ଅର୍ପଣ ପ୍ରଧାନ, ନାଭାଲ ଅଫିସର ବିଭୁତି ଗୌଡ଼ ପ୍ରମୁଖ ଚେଷ୍ଟା ଚଳାଇଛନ୍ତି।