କାଟାଲାନ୍‌ ବିଦ୍ରୋହୀଙ୍କୁ କ୍ଷମାଦାନ ପ୍ରତିବାଦରେ ସ୍ପେନ୍‌ରେ ବିଶାଳ ବିକ୍ଷୋଭ

ମାଡ୍ରିଡ୍‌,୧୪ା୧୧: ୨୦୧୭ରେ ଗଣଭୋଟ ଜରିଆରେ ସେମାନଙ୍କ ପାଇଁ ସ୍ବତନ୍ତ୍ର ସ୍ବାଧୀନ ରାଷ୍ଟ୍ର ଗଠନ ଉଦ୍ୟମ କରି ବିଫଳ ହୋଇଥିବା କାଟାଲାନ୍‌ ବିଚ୍ଛିନ୍ନତାବାଦୀମାନଙ୍କୁ କ୍ଷମାଦାନ ପାଇଁ ସ୍ପେନ୍‌ର ସୋସିଆଲିଷ୍ଟ ସରକାର ନିଷ୍ପତ୍ତି ନେଇଥିବାରୁ ଏହାକୁ ବିରୋଧ କରି ଦକ୍ଷିଣପନ୍ଥୀ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ରବିବାର ଦେଶବ୍ୟାପୀ ବିଶାଳ ରାଲିର ଆୟୋଜନ କରାଯାଇଥିଲା। ଏଥିରେ ଲକ୍ଷ ଲକ୍ଷ ସ୍ପେନ୍‌ ବାସିନ୍ଦା ଯୋଗଦେଇଥିଲେ। ଦେଶରେ ରାଜନୈତିକ ମତଭେଦ ଜୋର୍‌ ଧରିଥିବାବେଳେ ନୂଆ ସରକାର ଗଠନ ପାଇଁ ପ୍ରଧାନମନ୍ତ୍ରୀ ପେଡ୍ରୋ ସାନ୍‌ଚେଜ୍‌ ସମର୍ଥନ ଯୋଗାଡ଼ କରିବା ସକାଶେ ବିଚ୍ଛିନ୍ନତାବାଦୀମାନଙ୍କୁ କ୍ଷମାଦାନ ପାଇଁ ପ୍ରସ୍ତାବ ଦେଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିକୁ ନେଇ ଦକ୍ଷିଣପନ୍ଥୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ସ୍ବାଧୀନ ରାଷ୍ଟ୍ର ଗଠନ ପାଇଁ ଉଦ୍ୟମ ଚଳାଇଥିବା ବିଦ୍ରୋହୀଙ୍କୁ କ୍ଷମା ଦେବାକୁ ସେମାନେ ଗ୍ରହଣ କରିପାରୁ ନାହାନ୍ତି। ଏହା ଆଇନର ଶାସନ ପ୍ରତି ଆକ୍ରମଣ ବୋଲି ସେମାନେ କହିଥିବାବେଳେ ଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଦେଶର ୫୨ଟି ବୃହତ୍‌ ସହରରେ ବିକ୍ଷୋଭକାରୀମାନେ ସରକାରଙ୍କ ନିଷ୍ପତ୍ତିର ପ୍ରତିବାଦ ଜଣାଇଛନ୍ତି। ରକ୍ଷଣଶୀଳ ମୁଖ୍ୟ ବିରୋଧୀ ଦଳ ପପୁଲାର ପାର୍ଟି ଓ ଏହାର ସହଯୋଗୀ ଦଳଗୁଡ଼ିକ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଥିଲା। ନୂଆ ନିର୍ବାଚନ ନ ହେବା ପର୍ଯ୍ୟନ୍ତ ଆମେ ଚୁପ୍‌ ବସିବୁ ନାହିଁ ବୋଲି ପପୁଲାର ପାର୍ଟି ନେତା ଆଲବେଟ୍ରୋ ନୁନେଜ୍‌ ଫେଇଜୁ ମାଡ୍ରିଡ୍‌ଠାରେ ଉଦ୍‌ବୋଧନ ଦେଇ କହିଛନ୍ତି। ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଫେଇଜୁଙ୍କ ଦଳ ପ୍ରଥମ ସ୍ଥାନରେ ରହିଥିଲେ ମଧ୍ୟ ପାର୍ଲାମେଣ୍ଟରେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନ ଥିଲା। ଫଳରେ ସାନ୍‌ଚେଜ୍‌ ସରକାର ଗଢ଼ିବା ପାଇଁ କ୍ଷମାଦାନକୁ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri