କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ଆନ୍ଧ୍ର ପୋଲିସ ଏହି ଅଞ୍ଚଳରେ ଚାଲିଥିବା ବେଆଇନ ମଦ କାରବାର ଉପରେ ଚଢ଼ାଉ କରି ପ୍ରସ୍ତୁତ ହୋଇ ରହିଥିବା ବିପୁଳ ପରିମାଣର ରନ୍ଧା ମଦ ଜବତ କରିବା ସହ ସେଗୁଡ଼ିକୁ ନଷ୍ଟ କରିଦେଇଛି। ତେବେ ପୋଲିସର ଏହି ଚଢ଼ାଉ ସମ୍ପର୍କରେ ସୂଚନା ପାଇ ମଦ ରନ୍ଧାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନେ ଘଟଣାସ୍ଥଳରୁ ଖସି ପଳାଇବାରେ ସଫଳ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆନ୍ଧ୍ର ପ୍ରଦେଶରେ ଆଗାମୀ ପ୍ରାୟ ୨୦ ରୁ ୨୨ ଦିନ ପରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ପାର୍ବତୀପୁରମ୍ ମାନ୍ୟାମ୍ ଜିଲ୍ଲା ପୋଲିସ ଏସ୍‌.ପି. ଏସ୍‌.ଭି. ମାଧବ ରେଡ୍ଡୀଙ୍କ ନିର୍ଦ୍ଦେଶକ୍ରମେ ଏବଂ ଡି.ଏସ୍‌.ପି. ସି.ଏଚ୍‌.ଭି. ଶେଷୈୟାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ସର୍ଚ୍ଚ ଅପରେସନ୍ ଟିମ୍ ଗଠନ କରାଯାଇଥିଲା। ଏହି ଟିମ୍ ନିଜ ରାଜ୍ୟ ସୀମା ସହ ଓଡ଼ିଶା ସୀମାନ୍ତ ଜଙ୍ଗଲରେ ଅପରେସନ୍ ଆରମ୍ଭ କରି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଥିବା ତଥା ବେଆଇନ କାର୍ଯ୍ୟରେ ଜଡ଼ିତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବା ପାଇଁ ପଦକ୍ଷେପ ନେଉଛି।

ଏହି କ୍ରମରେ ଆନ୍ଧ୍ର ପୋଲିସ ଓଡ଼ିଶାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ଉପର ସେମ୍ବି, ଧୁଳିପଦର ଓ ତଳ ସେମ୍ବି ସମେତ ବିଭିନ୍ନ ଗ୍ରାମର ପାହାଡ଼ ଓ ଜଙ୍ଗଲରେ ଲୁଚାଛପା ଭାବେ ଚାଲିଥିବା ଦେଶୀ ମଦ ଭାଟିଗୁଡ଼ିକରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ପ୍ରାୟ ୨,୮୦୦ ଲିଟର ଗୁଡ଼ ପୋଚ ଏବଂ ୩ ଲିଟର ନାଟୁସାରା (ଦେଶୀ ମଦ) ଜବତ କରାଯାଇ ଘଟଣାସ୍ଥଳରେ ନଷ୍ଟ କରାଯାଇଛି। ଜବତ ହୋଇଥିବା ଏହି ସମସ୍ତ ସାମଗ୍ରୀ ଓ ଉପକରଣର ଆନୁମାନିକ ମୂଲ୍ୟ ପ୍ରାୟ ୧,୦୦,୦୦୦ ଟଙ୍କା ହେବ ବୋଲି ଅଧିକାରୀମାନେ ଆକଳନ କରିଛନ୍ତି। ଏହି ସର୍ଚ୍ଚ ଅପରେସନରେ ପ୍ରାୟ ୨୦ ଜଣ ପୋଲିସ ଅଧିକାରୀ ସାମିଲ ଥିଲେ।

ଡି.ଏସ୍‌.ପି. ସି.ଏଚ୍‌.ଭି. ଶେଷାୟା କହିଛନ୍ତି ଯେ ଘଟଣାସ୍ଥଳରୁ ଫେରାର ହୋଇଥିବା ବ୍ୟକ୍ତିମାନଙ୍କୁ ଶୀଘ୍ର ଚିହ୍ନଟ କରାଯାଇ ଗିରଫ କରାଯିବ। ଗ୍ରାମାଞ୍ଚଳରେ ନାଟୁସାର ଓ ବେଆଇନ ମଦ ଉତ୍ପାଦନ ତଥା ବିକ୍ରୟ ବିରୁଦ୍ଧରେ ପୋଲିସର ନଜର ରହିଛି ଏବଂ ଏଭଳି କାମରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ, ଆନ୍ଧ୍ର ପ୍ରଦେଶ ପୋଲିସ ଅଧିକାରୀମାନେ ଓଡ଼ିଶା ସୀମା ଭ୍ତତରକୁ ପ୍ରବେଶ କରି ଏପରି ଚଢ଼ାଉ ଓ ଜବତ କାର୍ଯ୍ୟ କରିବା ଘଟଣା ଏବେ ଓଡ଼ିଶାର ଅବକାରୀ ବିଭାଗ ଏବଂ ସ୍ଥାନୀୟ ପୋଲିସର କାର୍ଯ୍ୟଦକ୍ଷତା ଓ ଦାୟିତ୍ୱକୁ ନେଇ ସାଧାରଣରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?