ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢ଼ାଉ

ଖଡ଼ିଆଳ,୨୩ା୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ପାଇଁ ପ୍ରଶାସନ ସଙ୍କଳ୍ପ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏପରିସ୍ଥଳେ ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତଙ୍କ ନେତୃତ୍ୱରେ ସୋମବାର ଖଡ଼ିଆଳ ସହରରେ ଥିବା ଦୁଇଟି ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢାଉ କରାଯାଇଥିଲା।

ଅଧିକାରୀମାନେ ଓଡ଼ିଶୀ ଆକ୍ୱା ଏବଂ ଗୋୟଲ ଆକ୍ୱାରେ ଚଢ଼ାଉ କରି ୨୭୨ବସ୍ତା ପାଣି ପାଉଚ ଜବତ କରିଛନ୍ତି। ଏହାସହ ଗୋୟଲ ଆକ୍ୱାଠାରୁ ୩୦ ହଜାର ଓ ଓଡ଼ିଶୀ ଆକ୍ୱାଠାରୁ ୫୦ହଜାର ମୋଟ ୮୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।

ଚଢ଼ାଉରେ ଅତିରିକ୍ତ ଜିଲାପାଳ ରଇତଙ୍କ ସହ ଖଡିଆଳ ତହସିଲଦାର ନରସିଂହ ଗଡବା, ଖଡିଆଳ ବିଡ଼ିଓ ମିଲନ କୁମାର ଝାଙ୍କର, ଖଡିଆଳ ଏନ୍‌ଏସି ନିର୍ବାହୀ ଅଧିକାରୀ ସ୍ବାଧୀନ କେତନ ମହାରଣାଙ୍କ ସମେତ ଅନ୍ୟ କର୍ମଚାରୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri