ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ: ସିସିଟିଭିରେ କଏଦ ହେଲେ ଦୁର୍ବୁତ୍ତ

ଭବାନୀପାଟଣା,୧୬।୭(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କଲମପୁର ବ୍ଳକ ଖଣ୍ଡିଡଙ୍ଗରିଗୁଡା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଡକାୟତି ପଣ୍ଡ ହୋଇଛି। ପ୍ରାୟ ୧୪ଜଣ ଦୁର୍ବୃତ୍ତ ରାତି ୧୨ଟାରେ ମୁହଁରେ ମୁଖା, ମାରଣାସ୍ତ୍ର ଧରି ଗାଁର ବ୍ୟବସାୟୀ ଗୌତମ ବିହାରୀଙ୍କ ଘରେ ପଶିବାକୁ ଚେଷ୍ଟା କରିଥିଲେ। କଟରରେ କବାଟକୁ କାଟୁଥିବା ସମୟରେ ଗୌତମ ଜାଣିପାରି କବାଟ ଖୋଲି ପୁଣି କବାଟକୁ ବନ୍ଦ କରି ଚିତ୍କାର କରିଥିଲେ। ଚିତ୍କାର ଶୁଣି ନିକଟରେ ଶୋଇଥିବା ମିସ୍ତ୍ରୀ ଔରଙ୍ଗଜେବ ସା ଓ ଜଲନ୍ଦର ଘି ଉଠି ଦୁର୍ବୁତ୍ତଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ତେବେ ଚିତ୍କାର କଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ ଦୁର୍ବୃତ୍ତ। ତେବେ ଗାଁ ଲୋକେ ଉଠିବା ପରେ ଦୁର୍ବୁତ୍ତମାନେ ମିସ୍ତ୍ରୀଙ୍କ ହାତରେ ମାରଣାସ୍ତ୍ରରେ ଗଭୀର ଆଘାତ କରି ସେଠାରୁ ଦୌଡ଼ି ପଳାଇଥିଲେ। ତେବେ ଦୁର୍ବୁତ୍ତମାନେ କଳାହାଣ୍ଡିଆ ଭାଷାରେ କଥାବାର୍ତ୍ତା କରୁଥିବା ଜଣାପଡ଼ିଛି। ସେମାନେ ତ୍ରିଶୁଳ, ଖଣ୍ଡା, ଟାଙ୍ଗିଆ ଅସ୍ତ୍ର ଧରିଥିବା ବେଳେ ସ୍ଥାନୀୟ ଅଞ୍ଚଳର ବୋଲି ସନ୍ଦେହ କରାଯାଉଛି। ତେବେ ଘଟଣାସ୍ଥଳରେ ଜୟପାଟଣା ଥାନା ଅଧିକାରୀ ବାସୁଦେବ ଛତ୍ରିଆ ଓ ତାଙ୍କ ଟିମ୍‌ ସହ ସାଇଣ୍ଟଫିକ ଦଳ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। କଳାହାଣ୍ଡି ଜିଲାରେ ଦିନକୁ ଦିନ ଚୋରି ଡକାୟତି ବୃଦ୍ଧି ପାଉଥିବା ବେଳେ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri