ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ: ସିସିଟିଭିରେ କଏଦ ହେଲେ ଦୁର୍ବୁତ୍ତ

ଭବାନୀପାଟଣା,୧୬।୭(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କଲମପୁର ବ୍ଳକ ଖଣ୍ଡିଡଙ୍ଗରିଗୁଡା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଡକାୟତି ପଣ୍ଡ ହୋଇଛି। ପ୍ରାୟ ୧୪ଜଣ ଦୁର୍ବୃତ୍ତ ରାତି ୧୨ଟାରେ ମୁହଁରେ ମୁଖା, ମାରଣାସ୍ତ୍ର ଧରି ଗାଁର ବ୍ୟବସାୟୀ ଗୌତମ ବିହାରୀଙ୍କ ଘରେ ପଶିବାକୁ ଚେଷ୍ଟା କରିଥିଲେ। କଟରରେ କବାଟକୁ କାଟୁଥିବା ସମୟରେ ଗୌତମ ଜାଣିପାରି କବାଟ ଖୋଲି ପୁଣି କବାଟକୁ ବନ୍ଦ କରି ଚିତ୍କାର କରିଥିଲେ। ଚିତ୍କାର ଶୁଣି ନିକଟରେ ଶୋଇଥିବା ମିସ୍ତ୍ରୀ ଔରଙ୍ଗଜେବ ସା ଓ ଜଲନ୍ଦର ଘି ଉଠି ଦୁର୍ବୁତ୍ତଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ତେବେ ଚିତ୍କାର କଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ ଦୁର୍ବୃତ୍ତ। ତେବେ ଗାଁ ଲୋକେ ଉଠିବା ପରେ ଦୁର୍ବୁତ୍ତମାନେ ମିସ୍ତ୍ରୀଙ୍କ ହାତରେ ମାରଣାସ୍ତ୍ରରେ ଗଭୀର ଆଘାତ କରି ସେଠାରୁ ଦୌଡ଼ି ପଳାଇଥିଲେ। ତେବେ ଦୁର୍ବୁତ୍ତମାନେ କଳାହାଣ୍ଡିଆ ଭାଷାରେ କଥାବାର୍ତ୍ତା କରୁଥିବା ଜଣାପଡ଼ିଛି। ସେମାନେ ତ୍ରିଶୁଳ, ଖଣ୍ଡା, ଟାଙ୍ଗିଆ ଅସ୍ତ୍ର ଧରିଥିବା ବେଳେ ସ୍ଥାନୀୟ ଅଞ୍ଚଳର ବୋଲି ସନ୍ଦେହ କରାଯାଉଛି। ତେବେ ଘଟଣାସ୍ଥଳରେ ଜୟପାଟଣା ଥାନା ଅଧିକାରୀ ବାସୁଦେବ ଛତ୍ରିଆ ଓ ତାଙ୍କ ଟିମ୍‌ ସହ ସାଇଣ୍ଟଫିକ ଦଳ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। କଳାହାଣ୍ଡି ଜିଲାରେ ଦିନକୁ ଦିନ ଚୋରି ଡକାୟତି ବୃଦ୍ଧି ପାଉଥିବା ବେଳେ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri