ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ସହରରେ ରହୁଥିବା ଲୋକେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଯାହାକି ରବିବାର ପିଏସ୍‌ଆର ସିନେମା ହଲ ନିକଟସ୍ଥ ନିଉ କଲୋନୀର ତୃତୀୟ ଲେନ୍‌ରୁ ଜଣକ ଘର ଝରକା ଗ୍ରିଲ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା, ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି l ଲୁଟ ସମ୍ପତ୍ତି ମଧ୍ୟରେ ୧୫ ଭରି ସୁନା ଅଳଙ୍କାର, ୭୫୦ ଗ୍ରାମ ରୂପା, ୧ ଲକ୍ଷ ୫୦ ହଜାର ନଗଦ ଟଙ୍କା ରହିଛି। ଖବର ପାଇ ରାୟଗଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

ଅପରପକ୍ଷରେ ଡକାୟତମାନଙ୍କୁ ଠାବ କରିବା ପାଇଁ ସୋମବାର ସନ୍ଧାନୀ କୁକର ସହ ସାଇଣ୍ଟିଫିକ ଟିମ୍‌ ତନାଘନା କରି ଫେରିଛି। ଏପରିକି ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ଆଧାର ତଦନ୍ତକୁ ଜୋରଦାର କରିଛି l ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥା, ପୋଲିସର କାର୍ଯ୍ୟ ଦକ୍ଷତା ପ୍ରତି ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି।

ସୂଚନା ଯୋଗ୍ୟ, ରାୟଗଡ଼ା ନିଉ କଲୋନୀ ତୃତୀୟ ଲେନରେ ଇପ୍ପିଲି ଚନ୍ଦ୍ରଶେଖର ରାଓଙ୍କ ଘର l ରବିବାର ସନ୍ଧ୍ୟା ପ୍ରାୟ ସାଢେ ୬ଟାରେ ଘରେ ତାଲା ପକାଇ ପରିବାର ଲୋକେ କୌଣସି କାର୍ଯ୍ୟରେ ବାହାରକୁ ଯାଇଥିଲେ। ଘରେ କେହି ନ ଥିବା ସୁଯୋଗରେ ଡକାୟତମାନେ ଘରର ଏକ ଝରକା ଭାଙ୍ଗି ଭିତରକୁ ପଶି ଥିଲେ।

ପରେ ଘର ଭିତରେ ଥିବା ୨ଟି ଆଲମାରି ଖୋଲି ଥିବା ସୁନା, ରୁପା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିଲେ l ସେହିପରି ବକ୍ସ ଖଟ ଭିତର ଥିବା ସୁନାକୁ ମଧ୍ୟ ଲୁଟି ନେଇଥିଲେ l ଡକାୟତମାନେ ପାଖାପାଖି ମୋଟ ୧୫ ଭରି ସୁନା, ୭୫୦ ଗ୍ରାମ ରୂପା ଏବଂ ନଗଦ ପ୍ରାୟ ୧ ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି l

ସବୁଠୁ ଗୁରୁତ୍ୱ ପୂର୍ଣ୍ଣ କଥା ହେଉଛି, ରବିବାର ରାତି ପ୍ରାୟ ୮ଟାରେ ପରିବାର ଲୋକେ ଘରେ ପହଞ୍ଚି ଘରୁ ଲୁଯ୍‌ ହୋଇଥିବା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ l ତେବେ ସନ୍ଧ୍ୟାରେ ଏଭଳି ଲୁଟ୍‌ ଘଟଣା ପୋଲିସର ପାରିବାପଣିଆ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅନ୍ୟପକ୍ଷେ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri