ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି।
ମିଳିଥିବର ସୂଚନା ମୁତାବକ, ୩ ବର୍ଷ ହେଲା ମନ୍ଦିରର ହୁଣ୍ଡି ଖୋଲା ଯାଇ ନ ଥିବା ବେଳେ ହୁଣ୍ଡିରେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଥିବ ଅନୁମାନ କରାଯାଉଛି। ଅନ୍ୟପକ୍ଷେ ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିପାରି ନାହିଁ। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବାକୁ ସାଧାରଣରେ ଦାବି ହୋଇଛି।