ଆଇଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୭ ଜିଲାପାଳ ବଦଳିଲେ

ଭୁବନେଶ୍ୱର,୮।୮(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୭ ଜଣ ଜିଲାପାଳଙ୍କୁ ବଦଳି କରାଯାଇଛି। ୨୦୦୯ ବ୍ୟାଚ୍‌ ଆଇଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

Image

ସେହିପରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିବା ଦିଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ ଭାବେ ବଦଳି କରାଯାଇଛି। ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ବାଲେଶ୍ୱର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ
ଆଇଏଏସ୍‌ ଅଫିସର କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁର ସମ୍ପାଦକ ଭାବେ ବଦଳି କରାଯାଇଥିବାବେଳେ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ୨୦୧୨ ଆଇଏଏସ୍‌ ଅଫିସର ତଥା ଯାଜପୁର ଜିଲାପାଳ ନିଖିଳ ପଓ୍ବନ କଲ୍ୟାଣଙ୍କୁ ସଏଲ୍‌ କଞ୍ଜରଭେଶନ ଓ ଓ୍ବାଟର୍‌ଶେଡ୍‌ ଡେଭଲପ୍‌ମେଣ୍ଟ ନିର୍ଦ୍ଦେଶକ, କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲାପାଳ, ଗଜପତି ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲାପାଳ ଏବଂ ନୟାଗଡ଼ ଜିଲାପାଳ ସ୍ବାଧାଦେବ ସିଂଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Image

ସେହିପରି ୨୦୧୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟଓ୍ବାରୀଙ୍କୁ ରାୟଗଡ଼ା ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଢେଙ୍କାନାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ କନ୍ଧମାଳ, ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବନ୍ଦାରଙ୍କୁ ସମ୍ବଲପୁର ଜିଲାପାଳ, ମୟୂରଭଞ୍ଜ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ କଟକ ଜିଲାପାଳ, ନୂଆପଡ଼ା ଜିଲାପାଳ ହେମକାନ୍ତ ସଏଙ୍କୁ ମୟୂରଭଞ୍ଜ ଜିଲାପାଳ, କଳାହାଣ୍ଡି ଜିଲାପାଳ ପି. ଅନଭେଶା ରେଡ୍ଡିଙ୍କୁ ଯାଜପୁର ଜିଲାପାଳ, କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମାଲକାନଗିରି ଜିଲାପାଳ, ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଢେଙ୍କାନାଳ ଜିଲାପାଳ, ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ରଙ୍କୁ ନବରଙ୍ଗପୁର ଜିଲାପାଳ, କେନ୍ଦ୍ରାପଡ଼ା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ବାଲେଶ୍ୱର ଜିଲାପାଳ, ବୌଦ୍ଧ ଜିଲାପାଳ ଜେ. ସୋନାଲଙ୍କୁ ଜଗତ୍‌ସିଂହପୁର ଜିଲାପାଳ, ମାଲକାନଗିରି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କୁ କଳାହାଣ୍ଡି ଜିଲାପାଳ ଏବଂ ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲଙ୍କୁ ନୟାଗଡ଼ ଜିଲାପାଳ ଭାବେ ବଦଳି କରାଯାଇଛି।

Image

ସେହିପରି ରାୟଗଡ଼ା ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସୁନ୍ଦରଗଡ଼ ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଓଡ଼ିଶା ଖଣି ନିଗମ ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର କବୀନ୍ଦ୍ର କୁମାର ସାହୁଙ୍କୁ ଦେବଗଡ଼ ଜିଲାପାଳ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ମଧୁସୂଦନ ଦାଶଙ୍କୁ ନୂଆପଡ଼ା ଜିଲାପାଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ସ୍ବତନ୍ତ୍ର ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri