‘ପର୍ଯ୍ୟଟନ ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟରପ୍ଲାନ୍‌’

ଢେଙ୍କାନାଳ ଅଫିସ, ୧୨।୬ ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟର ପ୍ଲାନ୍‌ କରାଯିବ। ଜନପ୍ରତିନିଧି, ଜିଲାପାଳ, ରାଜ୍ୟସ୍ତରୀୟ ସଚିବମାନଙ୍କ ସହ ଏ ନେଇ ଆଲୋଚନା କରାଯିବ। ଏହାପରେ ପର୍ଯ୍ୟାୟକ୍ରମେ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ହେବ। ସମସ୍ତଙ୍କ ସହଯୋଗରେ ଓଡ଼ିଆ ଭାଷା ଓ ସାହିତ୍ୟ ରୁଦ୍ଧିମନ୍ତ ହୋଇପାରିବ ବୋଲି କହିଛନ୍ତି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର। ସପ୍ତଶଯ୍ୟାସ୍ଥିତ କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁରରେ ଦୁଇଦିନ ଧରି ଚାଲିଥିବା ପ୍ରଥମ ସପ୍ତଶଯ୍ୟା ହସ୍ତଶିଳ୍ପ ଓ ସାଂସ୍କୃତିକ ମହୋତ୍ସବର ଶନିବାର ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଏହା କହିଛନ୍ତି।
ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓର୍‌ମାସ, ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ପରିଷଦର ମିଳିତ ସହଯୋଗରେ ଆୟୋଜିତ ଏହି ମହୋତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ କହିଲେ, ଢେଙ୍କାନାଳରେ କପିଳାସ, ସପ୍ତଶଯ୍ୟା, ଯୋରନ୍ଦା, କୁଅଁାଳୋ ଅଷ୍ଟଶମ୍ଭୁ ମନ୍ଦିର, ଅନନ୍ତଶୟନ, ଦଦରାଘାଟି, ଦଣ୍ଡାଧାର ଜଳଭଣ୍ଡାର ଭଳି ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ରହିଛି। ଏହାକୁ ଆହୁରି ଆକର୍ଷଣୀୟ କରିବାକୁ ସେ ନିବେଦନ କରିଥିଲେ। ବିଧାୟକ ସୁଧୀର କୁମାର ସାମଲ କହିଲେ, ଡୋକ୍ରା ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ନବଜୀବନପୁରରେ ଏଭଳି ମହୋତ୍ସବର ଆୟୋଜନ କରାଯିବା ସ୍ବାଗତଯୋଗ୍ୟ। ଏହାଦ୍ୱାରା ଜାତୀୟସ୍ତରରେ ପ୍ରସିଦ୍ଧି ଅର୍ଜନ କରିଥିବା ଡୋକ୍ରା ହସ୍ତଶିଳ୍ପର ପ୍ରଚାରପ୍ରସାର ହୋଇପାରିବ। ଜିଲାର ଐତିହ୍ୟସମ୍ପନ୍ନ ମଠମନ୍ଦିରଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାର ୫୦ କୋଟି ଟଙ୍କା ଦେଇଛନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଗଁଦିଆ, ସପ୍ତଶଯ୍ୟାରେ ମୋବାଇଲ ଟାୱାର ସ୍ଥାପନ କରିବା ପାଇଁ ବିଧାୟକ ପ୍ରସ୍ତାବ ଦେଇଥିଲେ। ଜିଲାପାଳ ସରୋଜ କୁମାର ସେଠୀଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ ଉପସ୍ଥିତ ଥିଲେ।
ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନାକୁ ନେଇ ପ୍ରସ୍ତୁତ ପୁସ୍ତିକା ‘ମାଇଲ୍ସ ଟୁ ଗୋ’ ଉନ୍ମୋଚିତ ହୋଇଥିଲା। ସମାଜସେବା ପାଇଁ ଗଙ୍ଗାଧର ସାମଲ, ଡାକସେବା ପାଇଁ ସୋହନ କୁମାର ମାହୁନ୍ତ, କୃଷି ପାଇଁ ଅଜୟ ପୃଷ୍ଟି, ଅଜିତ ମହନ୍ତ, ଅଶୋକ ପାଣି, ହସ୍ତଶିଳ୍ପ ପାଇଁ ରାଘବ ମହାରଣା, ଦଣ୍ଡନୃତ୍ୟ କଳାକାର ମଦନ ଭୋଳ, ପାଲାଗାୟକ କପିଳେଶ୍ୱର ବେହେରା, ବାଲୁକାଶିଳ୍ପୀ ଦୁଃଖବନ୍ଧୁ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୂର୍ବତନ ବିଚାରପତି ଭିକାରି ଚରଣ ରାଉତ, ଅବନୀ ମିଶ୍ର, ସତ୍ୟସ୍ବରୂପ ଦାସ, ସୁଶାନ୍ତ ପାଣି, ପିଙ୍କି ଝାଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ ମହାପାତ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?