ଭଞ୍ଜନଗର ସୌନ୍ଦର୍ଯ୍ୟକରଣ ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ: ବିଧାୟକ କହିଲେ ଏନେଇ…

ଭଞ୍ଜନଗର,୨୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିର ୧୩ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ସହରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ଏଥିସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୨୬ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବିଧାୟକ ବଣ୍ଟନ କରିଥିଲେ। ୨୦୫୧ ସୁଦ୍ଧା ସହରର ଜନସଂଖ୍ୟାକୁ ଦେଖି କିଭଳି ବିକାଶ କରାଯିବ ସେନେଇ ଅର୍ବାନ ମାଷ୍ଟର ପ୍ଲାନ୍‌ ବୈଠକରେ ଅନୁମୋଦନ କରାଯାଇଥିଲା । ଏଥିସହ ଆଗାମୀ କିଛି ମାସ ମଧ୍ୟରେ ସହରର ଡ୍ରେନ୍‌ରୁ ମଇଳା ବାହାର କରିବା, ନୂଆ ଡ୍ରେନ ନିର୍ମାଣ, ମୁକୁଳା ଡ୍ରେନ୍‌କୁ ବନ୍ଦ ରଖିବା, ସହରର ସୌନ୍ଦର୍ଯ୍ୟକରଣ, ଟାଉନ ହଲ୍‌ ପୁନରୁଦ୍ଧାର କାର୍ଯ୍ୟ ପାଇଁ ୧୪ କୋଟିରୁ ଊଦ୍ଧର୍‌ବ ଟଙ୍କା ବ୍ୟୟ ହେବ। ସେଥିମଧ୍ୟରୁ ଟାଉନ୍‌ ପାଇଁ ୧ କୋଟି ଟଙ୍କା ବ୍ୟୟ ଲକ୍ଷ୍ୟ ରଖାଯାଇଛି। ଏଥିସହ ନୂଆ ଡ୍ରେନ୍‌ ନିର୍ମାଣ ପାଇଁ ୨ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାରେ ସହରର ସୌନ୍ଦର୍ଯ୍ୟକରଣ ପାଇଁ ୩ କୋଟି ୩୦ ଲକ୍ଷ ଟଙ୍କା ଏବଂ ଅନ୍ୟାନ୍ୟ ୬୯ଟି ପ୍ରକଳ୍ପର ଉନ୍ନତିକରଣ ପାଇଁ ୭ କୋଟି ୮୫ ଲକ୍ଷ ଟଙ୍କା ରଖାଯାଇଛି। ଆଜି ଉକ୍ତ ପ୍ରକଳ୍ପଗୁଡ଼ିକ କାଉନସିଲ ବୈଠକରେ ଅନୁମୋଦନ ହୋଇଛି। ବୈଠକରେ ନିର୍ବାହୀ ଅଧିକାରୀ ମୁରଲୀ କ୍ରିଷ୍ଠା ପଣ୍ଡା ବିବରଣୀ ପଠନ କରିଥିଲେ। ଏଡିଏମ୍‌ ସୁନୀଲ କୁମାର କେରେକେଟା, ଏନ୍‌ଏସି ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ, ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡ଼ି ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ମୁଖ୍ୟ ସହାୟକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଭଞ୍ଜନଗର ମିଲନ ମୋହନ ମୁର୍ମୁ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।
ସୂଚନାଯୋଗ୍ୟ, ଭଞ୍ଜନଗର ଏନ୍‌ଏ୍‌ସି ମ୍ୟୁନିସିପାଲଟି ଘୋଷଣା ହୋଇ ଯାଇଛି। ତେଣୁ ଅନେକ ଗ୍ରାମ ମ୍ୟୁନିସିପାଲିଟିରେ ମିଶିବ। ତେଣୁ ଅଧିକ ବିକାଶ ହେବ। ଏହାକୁ ଦୃଷ୍ଟିରେ ରଖି ମାଷ୍ଟର ପ୍ଲାନ୍‌ ହୋଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?