Posted inଜାତୀୟ

କଂଗ୍ରେସର ମାଷ୍ଟର ଷ୍ଟ୍ରୋକ୍‌, ଅମରିନ୍ଦରଙ୍କ ସ୍ତ୍ରୀ ପରନୀତ୍‌ ଅଧ୍ୟକ୍ଷ ଡୋର ଧରିବା ନେଇ ଚର୍ଚ୍ଚା…

ଚଣ୍ଡିଗଡ଼,୩୦।୯: ପଞ୍ଜାବ କଂଗ୍ରେସରେ ଘଡ଼ିକେ ଘୋଡ଼ା ଛୁଟୁଛି। ଅଧ୍ୟକ୍ଷ ପଦରୁ ନଭଜୋତ ସିଂ ସିଦ୍ଧୁଙ୍କ ଇସ୍ତଫା ପରେ ହାଇକମାଣ୍ଡ ମନାଇବା ସ୍ଥିତିରେ ନାହାନ୍ତିି। ଏବେ ପ୍ଲାନ୍‌-ବି ଉପରେ ଚିନ୍ତା କରାଯାଉଛି। ତେବେ କଂଗ୍ରେସ ହାଇକମାଣ୍ଡ ଗୋଟିଏ ତୀରରେ ଦୁଇଟି ଶିକାର କରିବାକୁ ଚାହୁଁଛନ୍ତି। ତେଣୁ କଂଗ୍ରେସ ମାଷ୍ଟର ଷ୍ଟ୍ରୋକ୍‌ ମାରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛି।

ବିଦାୟୀ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଦଳର ବାଡ଼ ଯେପରି ନ ଡ଼େଇଁବେ ସେଥିପାଇଁ ହାଇକମାଣ୍ଡ ତାଙ୍କ ସ୍ତ୍ରୀ ଏମ୍‌ପି ପରନୀତ୍‌ କୌରଙ୍କ ହାତରେ ରାଜ୍ୟ ଅଧ୍ୟକ୍ଷ ପଦ ଦେବାକୁ ଚିନ୍ତା କରୁଛନ୍ତି। ପରନୀତ୍‌ ପାଟିଆଲା ଲୋକ ସଭା ଆସନର ଏମ୍‌ପି।

ସିଦ୍ଧୁଙ୍କ କାର୍ଯ୍ୟ ନେଇ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉଭୟେ ଅସନ୍ତୁଷ୍ଟ ଅଛନ୍ତି। ପ୍ରିୟଙ୍କାଙ୍କ ପରାମର୍ଶଦାତା ବିଭାକର ଶାସ୍ତ୍ରୀ ସିଦ୍ଧୁଙ୍କୁ ଦଳରୁ ବାହାର କରିଦେବାକୁ ମଧ୍ୟ ଦାବି କରିଛନ୍ତି। ତେବେ ଇସ୍ତଫା ପତ୍ର ପଠାଇବାପରେ ହାଇକମାଣ୍ଡ ଏବଂ ସିଦ୍ଧୁଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି କଥାବାର୍ତ୍ତା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri