ପୁଣି ରିମାଣ୍ଡରେ ଆସିବେ ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତ

ଭୁବନେଶ୍ୱର,(ବ୍ୟୁରୋ),୯ା୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ କ୍ରାଇମବ୍ରାଞ୍ଚ ଖିଅ ଖୋଜିବାକୁ ଚେଷ୍ଟା ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ କୁମାର ସାହୁଙ୍କ ସହ ସାଇ ପ୍ରକାଶ ଦାସ ଓ ଅବିନାଶ ନାୟକଙ୍କୁ କ୍ରାଇମବ୍ରାଞ୍ଚ ଏପ୍ରିଲ ୩୦ରେ ଗିରଫ କରି ମେ ୧ରେ କୋର୍ଟ ଚାଲାଣ କରିଥିଲା। ସେମାନଙ୍କୁ ବୁଧବାରଠାରୁ ଜେଲ୍‌ରୁ ୫ ଦିନିଆ ରିମାଣ୍ଡରେ ଆଣି ଜେରା କରାଯାଉଥିବାବେଳେ ସୋମବାର ରିମାଣ୍ଡ ଅବଧି ସରିବ। କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନ ୧୦ଟା ପୂର୍ବରୁ କଟକ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିବ। ତେବେ ଅଧିକ ତଦନ୍ତ ପାଇଁ ପୁନର୍ବାର ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କ୍ରାଇମବ୍ରାଞ୍ଚର ଜଣେ ଅଧିକାରୀ କହିଛନ୍ତି।
ଅପରପକ୍ଷରେ ବିଭିନ୍ନ ଟେଲିକମ୍‌ କମ୍ପାନୀର କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ଜେରା କରାଯାଉଛି। ସୋମବାର, ମଙ୍ଗଳବାର, ବୁଧବାର ବିଭିନ୍ନ ଟେଲିକମ୍‌ କମ୍ପାନୀର ଟେକ୍ନିକାଲ୍‌, କମର୍ସିଆଲ୍‌, ସେଲ୍ସର ସମସ୍ତ କର୍ମଚାରୀଙ୍କୁ ଟିମ୍‌ ହୋଇ ଆସିବାକୁ କୁହାଯାଇଛି। ସେମାନଙ୍କୁ ପଚରାଉଚରା କରି କିପରି ଏତେ ପରିମାଣର ଜାଲ୍‌ ସିମ୍‌ ପ୍ରସ୍ତୁତ କରାଯାଉଥିଲା ତାହା ଜାଣିବାକୁ କ୍ରାଇମବ୍ରାଞ୍ଚ ଖୋଳତାଡ଼ କରିବ। ସେପଟେ ମୁଖ୍ୟ ଅଭିଯୁକ୍ତ ଦୁଷ୍ମନ୍ତଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟ ଓ ୨ଟି ପେଟିଏମ୍‌ ଆକାଉଣ୍ଟଙ୍କୁ ଅଚଳ କରାଯାଇଛି। ହେଲେ ସେ ଅନ୍ୟ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ଜମା ରଖିଥିବା କ୍ରାଇମବ୍ରାଞ୍ଚକୁ ସୂଚନା ମିଳିଛି। ତେଣୁ ପୁଣିଥରେ ଦୁଷ୍ମନ୍ତଙ୍କୁ ରିମାଣ୍ଡରେ ଆଣି ଅର୍ଥ କାରବାର ଉପରେ ଅଧିକ ତଥ୍ୟ ହାସଲ କରିବାକୁ ଲକ୍ଷ୍ୟ ରଖିଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri