ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ ହୋଇଛନ୍ତି। ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ସହଯୋଗରେ ତାଙ୍କୁ ଗିରଫ କରାଯାଇଛି। ଶର୍ମିଷ୍ଠାଙ୍କ ସହଯୋଗୀ ଝୁନା ଭୋଇ ମଧ୍ୟ ଗିରଫ ହୋଇଛନ୍ତି।

ଉଭୟଙ୍କୁ ଆଜି ଅପରାହ୍ନ ୫ଟାରେ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇ ୧୦ ଦିନିଆ ରିମାଣ୍ଡ ଆବେଦନ କରାଯିବ। ଏହି ଘଟଣାରେ ପୂର୍ବରୁ ଗିରଫ ହୋଇଥିବା ଅନ୍ୟ ୫ ଅଭିଯୁକ୍ତଙ୍କୁ ମଧ୍ୟ ୧୦ ଦିନ ପାଇଁ ରିମାଣ୍ଡରେ ଅଣାଯିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା ଗୋଡ଼ିପୋଖରୀ ଗାଁର ମାନସ ସ୍ବାଇଁ ଭୁବନେଶ୍ୱରରେ ଶର୍ମିଷ୍ଠା ରାଉତଙ୍କ ଏକ ଓ୍ବେବ୍‌ ପୋର୍ଟାଲରେ କ୍ୟାମେରାମ୍ୟାନ ଭାବେ କାମ କରୁଥିଲେ। ସେଠାରେ କାମ କରିବାର କିଛି ଦିନ ପରେ ଚାକିରି ଛାଡ଼ି ଦେଇଥିଲେ। ଚାକିରି ଛାଡ଼ିବା ବେଳେ ମାନସ କିଛି ଗୁପ୍ତ ତଥ୍ୟ ଥିବା ମେମୋରି ଚିପ୍‌ ନେଇଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ଫେରାଇବା ପାଇଁ ଶର୍ମିଷ୍ଠା ମାନସଙ୍କୁ କହିଥିଲେ। କିନ୍ତୁ ମାନସ ତାଙ୍କୁ ଧରାଛୁଆଁ ଦେଇ ନ ଥିଲେ। ଏହା ପରଠାରୁ ସବୁଦିନ ପାଇଁ ମାନସଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ ଶର୍ମିଷ୍ଠା।

ଯୋଜନା ମୁତାବକ ମାନସ ଚାନ୍ଦବାଲିରୁ ଫେରୁଥିବା ବେଳେ ତାଙ୍କୁ ଏକ କାର୍‌ରେ ଅପହରଣ କରି ଭୁବନେଶ୍ୱର ଆଣିଥିଲେ। ସେଠାରେ ମାନସଙ୍କୁ ହତ୍ୟା କରି ପରେ ନୟାଗଡ଼ ଯିବା ରାସ୍ତାରେ ମୃତଦେହକୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ପୋତି ଦେଇଥିଲେ। ସେହିଦିନଠାରୁ ଶର୍ମିଷ୍ଠାଙ୍କୁ ପୋଲିସ ଖୋଜୁଥିଲା। ଶେଷରେ ଆଜି ସେ ବନ୍ଧା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri