Posted inଖେଳ

କ୍ରିକେଟ୍‌ରେ ପୁଣି ଲାଗିଲା ‘ମ୍ୟାଚ୍‌ ଫିକ୍ସିଂ’ କଳଙ୍କ: ୪ ଭାରତୀୟ ଖେଳାଳି ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୩।୧୨: କ୍ରିକେଟ ଜଗତ ପୁଣିଥରେ ଏକ ମ୍ୟାଚ ଫିକ୍ସିଂ ଘଟଣା ସାମ୍ନାକୁ ଆସିଛି। ଏଥର ଏହା ଭାରତୀୟ ଘରୋଇ କ୍ରିକେଟରେ ସାମ୍ନାକୁ ଆସିଛି। ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ବେଳେ ଦୁର୍ନୀତିରେ ଲିପ୍ତ ରହିବା ପାଇଁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ପକ୍ଷରୁ ଶୁକ୍ରବାର ଅମିତ ସିହ୍ନା, ଇଶାନ ଅହମଦ, ଅମନ ତ୍ରିପାଠୀ, ଅଭିଷେକ ଠାକୁର ଆଦି ୪ ଖେଳାଳିଙ୍କୁ ଶୁକ୍ରବାର ସସ୍‌ପେଣ୍ଡ କରାଯାଇଛି। ଏସିଏ ରାଜ୍ୟ ପୋଲିସର କ୍ରାଇମ ବ୍ରାଞ୍ଚରେ ୪ ଖେଳାଳିଙ୍କ ବିରୋଧରେ ମାମଲା ରୁଜୁ କରିଛି। ସେମାନଙ୍କ ବିରୋଧରେ ସୟଦ ମୁସ୍ତାକ ଅଲୀ ଟ୍ରଫି ବେଳେ କିଛି ଖେଳାଳିଙ୍କୁ ପ୍ରବର୍ତ୍ତାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି।
ସାମ୍ନାକୁ ଆସିବା ପରେ ବିସିସିଆଇର ଆଣ୍ଟି-କରପ୍‌ଶନ ଓ ସିକ୍ୟୁରିଟି ୟୁନିଟ୍‌ ପକ୍ଷରୁ ତଦନ୍ତ କରାଯାଇଥିବା ବେଳେ ଏସିଏ ମଧ୍ୟ ଆପରାଧିକ ପ୍ରକ୍ରିୟା ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ସେମାନେ ଦୁର୍ନୀତି ଓ କ୍ରୀଡ଼ାର ଅଖଣ୍ଡତାକୁ ପ୍ରଭାବିତ କରିବାରେ ସମ୍ପୃକ୍ତ ଥିବା ଜଣାପଡ଼ିଛି ବୋଲି ଏସିଏ ସମ୍ପାଦକ ସନାତନ ଦାସ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri