Posted inଖେଳ

ପୁଅ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ଦଣ୍ଡିତ କଲେ ମ୍ୟାଚ୍‌ ରେଫରି କ୍ରିସ୍‌

ଦୁବାଇ, ୧୧ା୮ (ପି.ଟି.)-ମାଞ୍ଚେଷ୍ଟରରେ ପ୍ରଥମ ଟେଷ୍ଟ ମ୍ୟାଚ ବେଳେ ପାକିସ୍ତାନ ସ୍ପିନର ୟାସିର ଶାହାଙ୍କ ଆଉଟ ପରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ ଇଂଲଣ୍ଡ ଫାଷ୍ଟ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ଦଣ୍ଡିତ ହୋଇଛନ୍ତି। ମ୍ୟାଚ୍‌ ରେଫରି କ୍ରିସ୍‌ ବ୍ରଡ୍‌ ଯିଏକି ତାଙ୍କ ପିତା ତାଙ୍କୁ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରିଛନ୍ତି। ଶନିବାର ପାକିସ୍ତାନ ଦ୍ୱିତୀୟ ଇନିଂସର ୪୬ ତମ ଓଭରରେ ଏହି ଘଟଣା ଘଟିଥିଲା। ୟାସିର ଶାହାଙ୍କ ଆଉଟ ପରେ ବ୍ରଡ୍‌ ଆକ୍ରମଣାତ୍ମକ ଭଙ୍ଗୀରେ ପାକିସ୍ତାନ ଖେଳାଳିଙ୍କ ଉଦ୍ଦେଶ୍ୟରେ ଅନୁଚିତ ଭାଷାରେ ଟିପ୍ପଣୀ କରିଥିଲେ। ଏହାଦ୍ୱାରା ସେ ଆଇସିସି ଆଚରଣ ବିଧିର ଧାରା ୨.୫ ଉଲ୍ଲଂଘନ କରିଥିଲେ। ଏହି ଅପରାଧ ଯୋଗୁ ବ୍ରଡ୍‌ଙ୍କ ଶୃଙ୍ଖଳା ରେକର୍ଡରେ ଏକ ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଇ ୩ରେ ପହଞ୍ଚତ୍ଛି। ୨୪ ମାସ ମଧ୍ୟରେ ବ୍ରଡ୍‌ ଏଭଳି ନିୟମ ଉଲ୍ଲଂଘନ କରିଛନ୍ତି। ପୂର୍ବରୁ ସେ ଚଳିତବର୍ଷ ଜାନୁୟାରୀ ୨୭ରେ ଓ୍ବାଣ୍ଡରର୍ସଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟେଷ୍ଟ ଏବଂ ୨୦୧୮ ଅଗଷ୍ଟ ୧୯ରେ ଟ୍ରେଣ୍ଟବ୍ରିଜ୍‌ଠାରେ ଭାରତ ବିପକ୍ଷ ତୃତୀୟ ଟେଷ୍ଟରେ ଏଭଳି ଅପରାଧ କରିଥିଲେ। ବ୍ରଡ୍‌ ନିଜର ଦୋଷ ସ୍ବୀକାର କରିବା ସହ ଦଣ୍ଡକୁ ଗ୍ରହଣ କରିଛନ୍ତି। ତେଣୁ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?