Posted inଖେଳ

ଅଷ୍ଟ୍ରେଲିଆକୁ ହରାଇ ଦେଲେ ବଟଲର

ଦୁବାଇ, ୩୦।୧୦: ଟି୨୦ ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଇଂଲଣ୍ଡ ୮ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଅଷ୍ଟ୍ରେଲିଆ ୧୨୫ ରନ୍‌ରେ ଅଲ୍‌ଆଉଟ ହୋଇଥିଲା। ଇଂଲଣ୍ଡ ୧୧.୪ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଜୋଶ୍‌ ବଟଲର ୭୧(୩୨ ବଲ, ୫ ଚୌକା, ୫ ଛକା) ରନ୍‌ରେ ଅପରାଜିତ ରହି ଇଂଲଣ୍ଡ ବିଜୟକୁ ସହଜ କରିଦେଇଥିଲେ। ଗ୍ରୁପ-୧ରେ ଇଂଲଣ୍ଡ ୩ଟି ଯାକ ମ୍ୟାଚ ଜିତି ଶୀର୍ଷରେ ଅପରିବର୍ତ୍ତିତ ରହିଛି। ଅଷ୍ଟ୍ରେଲିଆ ୩ ମ୍ୟାଚରୁ ପ୍ରଥମ ପରାଜୟ ସହ ୩ୟ ସ୍ଥାନକୁ ଖସିଛି। ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଅଷ୍ଟ୍ରେଲିଆ ଆରମ୍ଭରୁ ୨୧ ରନ୍‌ରେ ୪ ଉଇକେଟ ହରାଇ ବ୍ୟାକ୍‌ଫୁଟକୁ ଚାଲି ଯାଇଥିଲା। ଅଧିନାୟକ ଆରୋନ ଫିଞ୍ଚ୍‌ ସର୍ବାଧିକ ୪୪ ରନ୍‌ କରଥିଲେ। ଇଂଲଣ୍ଡ ପକ୍ଷରୁ କ୍ରିସ୍‌ ଜୋର୍ଡାନ ୧୭ ରନରେ ସର୍ବାଧିକ ୩ଟି, କ୍ରିସ୍‌ ଓ୍ବକ୍ସ ଓ ଟାଏମଲ ମିଲ୍ସ ୨ଟି ଲେଖାଏ ଏବଂ ଆଡିଲ ରଶିଦ ଓ ଲିଆମ ଲିଭିଂଷ୍ଟୋନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri