Posted inଖେଳ

ବୃହତ ବିଜୟ ସହ ଦ୍ୱିତୀୟ ସ୍ଥାନରେ ପହଞ୍ଚିଲା ଲକ୍ଷ୍ନୌ

ମୋହାଲି,୨୮।୪: ମୋହାଲି ସ୍ଥିତ ବିନ୍ଦ୍ରା ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୩୮ତମ ହାଇ ସ୍କୋରିଂ ମ୍ୟାଚରେ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୫୬ ରନ୍‌ରେ ବିଜୟ ହୋଇଛି। ଏହି ବୃହତ ବିଜୟ ସହ ଲକ୍ଷ୍ନୌ ୧୦ ପଏଣ୍ଟ ପାଇ ଟେବୁଲର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାଓ୍ବନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର ଷ୍ଟୋଇନିସ, ମେୟର୍ସ, ପୁରାନ ଏବଂ ବାଡୋନିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ୨୦ ଓଭରରେ ୫ ଉଇକେଟ ହରାଇ ୨୫୭ ରନ୍‌ର ବିଶାଳ ସ୍କୋର ଛିଡ଼ା କରିଥିଲା। ହେଲେ ପଞ୍ଜାବ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୨୦୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

୨୫୮ ରନ୍‌ର ଜବାବରେ ପଞ୍ଜାବ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳୀୟ ସ୍କୋର ୩ ରନ୍‌ରେ ଅଧିନାୟକ ଶିଖର ଧାଓ୍ବନ ୧ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ହେଲେ ଅଥର୍ବ ତାଇଦେ ୩୬ ବଲ୍‌ରୁ ସର୍ବାଧିକ ୬୬ (୮ ଚୌକା, ୨ ଛକା) ରନ୍‌ କରିଥିଲେ। ସିକନ୍ଦର ରାଜା, ଲିଆମ ଲିଭିଂଷ୍ଟୋନ, ସାମ୍‌ କୁରାନ ଓ ଜିତେଶ ଶର୍ମା ଭଲ ଷ୍ଟାଟ ଦେଇଥିଲେ ମଧ୍ୟ ବଡ଼ ସ୍କୋରରେ ପରିଣତ କରିପାରି ନ ଥିଲେ। ରାଜା ୨୨ ବଲ୍‌ରୁ ୩୬ (୪ ଚୌକା, ୧ ଛକା), ଲିଭିଂଷ୍ଟୋନ ୧୪ ବଲ୍‌ରୁ ୨୩ (୨ ଚୌକା, ୧ ଛକା), କୁରାନ ୧୧ ବଲ୍‌ରୁ ୨୧ (୨ ଚୌକା, ୧ ଛକା) ଓ ଜିତେଶ ୧୦ ବଲ୍‌ରୁ ୨୪ (୩ ଛକା) ରନ୍‌ କରି ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri