ସନ୍ତାନ ଜନ୍ମ ପରେ ଆଖିବୁଜିଲେ ପ୍ରସୂତି, ଡାକ୍ତର କହିଲେ…

କୁନ୍ଦୁରା,୪ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଉପକଣ୍ଠ ରାଇ କୁନ୍ଦୁରାଠାରେ ଛୁଆଜନ୍ମ କରିବା ପରେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଜାନୁଆରୀ ୧ ତାରିଖରେ ରାଇ କୁନ୍ଦୁରାଠାରେ ବସବାସ କରୁଥିବା ଅଞ୍ଜଳି ଦଳେଇ ଗର୍ଭ ଯନ୍ତ୍ରଣା ହେବାରୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ସେଠାରେ ସୁସ୍ଥ ଅବସ୍ଥାରେ ଡାକ୍ତରଙ୍କ ଉପସ୍ଥିତିରେ ଦ୍ୱିତୀୟ ସନ୍ତାନ ଜନ୍ମ ହୋଇଥିଲା। ନବଜାତ ଶିଶୁର ମଧ୍ୟ ସ୍ବାସ୍ଥ୍ୟ ଅବସ୍ଥା ଜନ୍ମ ହେବା ପରେ ବହୁତ ଭଲ ଥିଲା।

ନିୟମ ଅନୁଯାୟୀ, ଛୁଆ ଜନ୍ମ ହେବାଠାରୁ ୪୮ ଘଣ୍ଟା ପର୍ଯ୍ୟନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ରହିବାର ନିୟମ ଥିବାବେଳେ ଅଞ୍ଜଳି ଏବଂ ତାଙ୍କ ପରିବାରବର୍ଗ ସମୟ ପୂର୍ବରୁ ଘରକୁ ନେଇଯାଇଥିଲେ। ଘରକୁ ନେବା ପରେ ଅଞ୍ଜଳି ଛାତିରେ ଯନ୍ତ୍ରଣା ହେବା ନେଇ କୌଣସି ଏକ କ୍ୱାକ୍‌ ନିକଟରେ ଚିକିତ୍ସା ହେବା ପରେ ଅଧିକ ଯନ୍ତ୍ରଣା ଅନୁଭବ କରିବାରୁ ପରିବାରବର୍ଗ ତାଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିନ୍ତୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଜୟପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆମ୍ବୁଲାନ୍ସ ଯୋଗେ ଜୟପୁର ନେଉଥିବା ବେଳେ ଅଞ୍ଜଳିଙ୍କ ମୃତ୍ୟୁ ହୋଇଥିବା କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଗଣେଶ ପ୍ରସାଦ ଦାସଙ୍କ ସୂଚନା ମୁତାବକ ପ୍ରସୂତି ଅଞ୍ଜଳିଙ୍କ ସ୍ବାସ୍ଥ୍ୟାବସ୍ଥା ବହୁତ ଭଲ ଥିଲା। ଅନଭିଜ୍ଞ ଏବଂ ବେନାମୀ କ୍ୱାକ୍‌ମାନଙ୍କ ଚିକିତ୍ସା ତାଙ୍କୁ ମୃତ୍ୟୁମୁହଁକୁ ଠେଲିଛି। ଗର୍ଭବତୀ ହେବା ଦିନଠାରୁ ତାଙ୍କର ସମସ୍ତ ପ୍ରକାରେ ପରୀକ୍ଷା, ନିରୀକ୍ଷା ଏବଂ ଔଷଧ ଖାଇବା ସବୁକିଛି ଠିକ୍‌ଠାକ୍‌ ରହିଥିଲା। କୁନ୍ଦୁରା ବ୍ଲକରେ ଅନେକ ସ୍ଥାନରେ ଅଣସ୍ବୀକୃତିପ୍ରାପ୍ତ କ୍ୱାକ୍‌ମାନେ ଲୁଚାଛପା ଭାବେ ରୋଗୀଙ୍କୁ ଚିକିତ୍ସା କରି ବିପଦରେ ପକାଉଛନ୍ତି। ମୃତ୍ୟୁ ହୋଇଥିବା ମହିଳା ଅଞ୍ଜଳିଙ୍କ ପୂର୍ବରୁ ୩ ବର୍ଷର ଏକ ପୁଅ ଥିବା ବେଳେ ଦିତୀୟ ସନ୍ତାନ ମଧ୍ୟ ପୁଅଟିଏ ହୋଇଛି। ଡାକ୍ତର କହିବା ଅନୁସାରେ ଜନ୍ମ ବେଳକୁ ସ୍ବାସ୍ଥ୍ୟ ଭଲ ଥାଇ ଶିଶୁଟି ଜନ୍ମ ହୋଇଥିବା ବେଳେ ମା’ଙ୍କ ମୃତ୍ୟୁ ପରେ ଖାଇବାରେ ଅସୁବିଧା ଉପୁଜୁଛି। ଫଳରେ ଶିଶୁଟିକୁ ଜୟପୁର ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri