‘ଆଶା’ଙ୍କ ପାଇଁ କମିଛି ମାତୃ ମୃତ୍ୟୁହାର

ଢେଙ୍କାନାଳ ଅଫିସ, ୩୦।୩ – ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସରେ ଆଶା କର୍ମୀଙ୍କ ଭୂମିକା ଅନସ୍ବୀକାର୍ଯ୍ୟ। କୋଭିଡ୍‌ ମହାମାରୀ ପରିଚାଳନାରେ ଆଗଧାଡ଼ିର କର୍ମୀଭାବେ ସେମାନେ ସମ୍ମିଳିତ ଭାବେ କରିଥିବା କାର୍ଯ୍ୟ ବାସ୍ତବିକ୍‌ ପ୍ରଶଂସନୀୟ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ। ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ସ୍ଥାନୀୟ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଆୟୋଜିତ ଜିଲାସ୍ତରୀୟ ଆଶା, ଗଁା କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲାପାଳ ଏହା କହିଛନ୍ତି। ଆଲୋଚନାରେ ଭାଗନେଇ ସିଡିଏମ୍‌ଓ ଡା. ଅଶୋକ କୁମାର ଦାସ ଗଁା କଲ୍ୟାଣ ସମିତିକୁ ଅଧିକ କ୍ରିୟାଶୀଳ ହେବା ସହିତ ପରିମଳ ସୁଧାର କ୍ଷେତ୍ରରେ ସଚେତନତା ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ। ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଗୋଷ୍ଠୀ ସହଭାଗିତାରେ ସ୍ବାସ୍ଥ୍ୟସେବା ଉନ୍ନତମାନର କରିବା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ ସ୍ବାସ୍ଥ୍ୟ ପତ୍ରିକା ଉନ୍ମୋଚିତ ହୋଇଥିଲା। କାଠଗଡ଼ା ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପରେ ପ୍ରଥମ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ଏହାର ସମସ୍ତ ସଦସ୍ୟଙ୍କୁ ଜିଲାପାଳ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେହିପରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୮ ଗଁା କଲ୍ୟାଣ ସମିତିକୁ ୧୦ହଜାର ଟଙ୍କା ଲେଖାଏ ଆର୍ଥିକ ପ୍ରୋତ୍ସାହନ ଦିଆଯାଇଥିଲା। ଶ୍ରେଷ୍ଠ ପଞ୍ଚାୟତ ଭାବେ ଚୟନ ହୋଇଥିବା କାମାକ୍ଷାନଗର ବ୍ଲକ ରାୟନୃସିଂହପୁର, ଭୁବନର ମଠକରଗୋଳା, ଓଡାପଡା ବ୍ଲକର କାଶିଆଡିହକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ୯ ଆଶାକର୍ମୀଙ୍କୁ ୩୫୦୦ ଟଙ୍କା, ୩ ମହିଳା ଆରୋଗ୍ୟ ସମିତିିକୁ ୩ ହଜାର ଟଙ୍କା ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଜିଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ଜିଲା ପଞ୍ଚାୟତ ଅଧିକାରୀ ଚନ୍ଦ୍ରଶେଖର ମହାରଣା, ରାଜ୍ୟ ପ୍ରତିନିଧି ବସନ୍ତ ସାହୁ ବିଭିନ୍ନ ଡାକ୍ତରଖାନାର ଭାରପ୍ରାପ୍ତ ଚିକିତ୍ସାଧିକାରୀ, ସରପଞ୍ଚ ଉପସ୍ଥିତ ଥିଲେ। ଆଶା ମ୍ୟାନେଜର ଅକ୍ଷୟ କୁମାର ରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri