‘ଆଶା’ଙ୍କ ପାଇଁ କମିଛି ମାତୃ ମୃତ୍ୟୁହାର

ଢେଙ୍କାନାଳ ଅଫିସ, ୩୦।୩ – ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସରେ ଆଶା କର୍ମୀଙ୍କ ଭୂମିକା ଅନସ୍ବୀକାର୍ଯ୍ୟ। କୋଭିଡ୍‌ ମହାମାରୀ ପରିଚାଳନାରେ ଆଗଧାଡ଼ିର କର୍ମୀଭାବେ ସେମାନେ ସମ୍ମିଳିତ ଭାବେ କରିଥିବା କାର୍ଯ୍ୟ ବାସ୍ତବିକ୍‌ ପ୍ରଶଂସନୀୟ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ। ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ସ୍ଥାନୀୟ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଆୟୋଜିତ ଜିଲାସ୍ତରୀୟ ଆଶା, ଗଁା କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲାପାଳ ଏହା କହିଛନ୍ତି। ଆଲୋଚନାରେ ଭାଗନେଇ ସିଡିଏମ୍‌ଓ ଡା. ଅଶୋକ କୁମାର ଦାସ ଗଁା କଲ୍ୟାଣ ସମିତିକୁ ଅଧିକ କ୍ରିୟାଶୀଳ ହେବା ସହିତ ପରିମଳ ସୁଧାର କ୍ଷେତ୍ରରେ ସଚେତନତା ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ। ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଗୋଷ୍ଠୀ ସହଭାଗିତାରେ ସ୍ବାସ୍ଥ୍ୟସେବା ଉନ୍ନତମାନର କରିବା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ ସ୍ବାସ୍ଥ୍ୟ ପତ୍ରିକା ଉନ୍ମୋଚିତ ହୋଇଥିଲା। କାଠଗଡ଼ା ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପରେ ପ୍ରଥମ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ଏହାର ସମସ୍ତ ସଦସ୍ୟଙ୍କୁ ଜିଲାପାଳ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେହିପରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୮ ଗଁା କଲ୍ୟାଣ ସମିତିକୁ ୧୦ହଜାର ଟଙ୍କା ଲେଖାଏ ଆର୍ଥିକ ପ୍ରୋତ୍ସାହନ ଦିଆଯାଇଥିଲା। ଶ୍ରେଷ୍ଠ ପଞ୍ଚାୟତ ଭାବେ ଚୟନ ହୋଇଥିବା କାମାକ୍ଷାନଗର ବ୍ଲକ ରାୟନୃସିଂହପୁର, ଭୁବନର ମଠକରଗୋଳା, ଓଡାପଡା ବ୍ଲକର କାଶିଆଡିହକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ୯ ଆଶାକର୍ମୀଙ୍କୁ ୩୫୦୦ ଟଙ୍କା, ୩ ମହିଳା ଆରୋଗ୍ୟ ସମିତିିକୁ ୩ ହଜାର ଟଙ୍କା ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଜିଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ଜିଲା ପଞ୍ଚାୟତ ଅଧିକାରୀ ଚନ୍ଦ୍ରଶେଖର ମହାରଣା, ରାଜ୍ୟ ପ୍ରତିନିଧି ବସନ୍ତ ସାହୁ ବିଭିନ୍ନ ଡାକ୍ତରଖାନାର ଭାରପ୍ରାପ୍ତ ଚିକିତ୍ସାଧିକାରୀ, ସରପଞ୍ଚ ଉପସ୍ଥିତ ଥିଲେ। ଆଶା ମ୍ୟାନେଜର ଅକ୍ଷୟ କୁମାର ରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri