ନାଡ଼ି କାଟି ଦେବାରୁ ପ୍ରସୂତିଙ୍କ ମୃତ୍ୟୁ

ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା ନେଇଥିଲେ ବୋଲି ଅଭିଯୋଗ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମହିଳାଙ୍କ ସ୍ବାମୀ ଜିଲାପାଳଙ୍କ ନିକଟରେ ନିବେଦନ କରିଛନ୍ତି।
ସୂଚନା ଅନୁସାରେ, ବିଞ୍ଝାରପୁର ଥାନା ଅଧୀନ ଘଣ୍ଟିଆଳି ଗ୍ରାମର ଶ୍ୟାମାନନ୍ଦ ନାୟକଙ୍କ ସ୍ତ୍ରୀ ମନସ୍ବିନୀଙ୍କ ଗର୍ଭଯନ୍ତ୍ରଣା ହେବାରୁ ମଙ୍ଗଳବାର ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଦାୟିତ୍ୱରେ ଥିବା ଡାକ୍ତର ମନସ୍ବିନୀଙ୍କ ସ୍ବାମୀଙ୍କୁ ଅପରେଶନ ପାଇଁ ୫ ହଜାର ଟଙ୍କା ମାଗିଥିଲେ। ଶ୍ୟାମାନନ୍ଦ ଟଙ୍କା ଦେବାପରେ ବୁଧବାର ମନସ୍ବିନୀଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ସେଠାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ମାତ୍ର ଏହାପରେ ମନସ୍ବିନୀଙ୍କ ପ୍ରବଳ ରକ୍ତସ୍ରାବ ହୋଇଥିଲା। ତେଣୁ ମନସ୍ବିନୀଙ୍କୁ ୭ଟି ରକ୍ତ ଦିଆଯାଇଥିଲା। ହେଲେ ରକ୍ତସ୍ରାବ ବନ୍ଦ ନ ହେବାରୁ ତାଙ୍କୁ କଟକ ବଡମେଡିକାଲ ନେବାପାଇଁ ସମ୍ପୃକ୍ତ ଡାକ୍ତର କହିଥିଲେ। ପରିବାର ଲୋକେ ମନସ୍ବିନୀଙ୍କୁ କଟକ ବଡ଼ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ପରୀକ୍ଷା କରିବା ପରେ ଏକ ନାଡ଼ି କାଟିଦିଆଯାଇଥିବାରୁ ଏପରି ରକ୍ତସ୍ରାବ ହେଉଛି ବୋଲି କହିଥିଲେ। ଅତ୍ୟାଧିକ ରକ୍ତସ୍ରାବ କାରଣରୁ ସେ ଗୁରୁତର ହୋଇପଡିଥିଲେ। ଶେଷରେ ତାଙ୍କର ମୃତ୍ୟୁ ଘଟିଥିଲା। ପୂର୍ବରୁ ତାଙ୍କର ଏକ ୪ବର୍ଷର ଏକ ପୁଅ ଅଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଧାଂଶୁ ଶେଖର ବଳଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri