ନାଡ଼ି କାଟି ଦେବାରୁ ପ୍ରସୂତିଙ୍କ ମୃତ୍ୟୁ

ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା ନେଇଥିଲେ ବୋଲି ଅଭିଯୋଗ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମହିଳାଙ୍କ ସ୍ବାମୀ ଜିଲାପାଳଙ୍କ ନିକଟରେ ନିବେଦନ କରିଛନ୍ତି।
ସୂଚନା ଅନୁସାରେ, ବିଞ୍ଝାରପୁର ଥାନା ଅଧୀନ ଘଣ୍ଟିଆଳି ଗ୍ରାମର ଶ୍ୟାମାନନ୍ଦ ନାୟକଙ୍କ ସ୍ତ୍ରୀ ମନସ୍ବିନୀଙ୍କ ଗର୍ଭଯନ୍ତ୍ରଣା ହେବାରୁ ମଙ୍ଗଳବାର ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଦାୟିତ୍ୱରେ ଥିବା ଡାକ୍ତର ମନସ୍ବିନୀଙ୍କ ସ୍ବାମୀଙ୍କୁ ଅପରେଶନ ପାଇଁ ୫ ହଜାର ଟଙ୍କା ମାଗିଥିଲେ। ଶ୍ୟାମାନନ୍ଦ ଟଙ୍କା ଦେବାପରେ ବୁଧବାର ମନସ୍ବିନୀଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ସେଠାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ମାତ୍ର ଏହାପରେ ମନସ୍ବିନୀଙ୍କ ପ୍ରବଳ ରକ୍ତସ୍ରାବ ହୋଇଥିଲା। ତେଣୁ ମନସ୍ବିନୀଙ୍କୁ ୭ଟି ରକ୍ତ ଦିଆଯାଇଥିଲା। ହେଲେ ରକ୍ତସ୍ରାବ ବନ୍ଦ ନ ହେବାରୁ ତାଙ୍କୁ କଟକ ବଡମେଡିକାଲ ନେବାପାଇଁ ସମ୍ପୃକ୍ତ ଡାକ୍ତର କହିଥିଲେ। ପରିବାର ଲୋକେ ମନସ୍ବିନୀଙ୍କୁ କଟକ ବଡ଼ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ପରୀକ୍ଷା କରିବା ପରେ ଏକ ନାଡ଼ି କାଟିଦିଆଯାଇଥିବାରୁ ଏପରି ରକ୍ତସ୍ରାବ ହେଉଛି ବୋଲି କହିଥିଲେ। ଅତ୍ୟାଧିକ ରକ୍ତସ୍ରାବ କାରଣରୁ ସେ ଗୁରୁତର ହୋଇପଡିଥିଲେ। ଶେଷରେ ତାଙ୍କର ମୃତ୍ୟୁ ଘଟିଥିଲା। ପୂର୍ବରୁ ତାଙ୍କର ଏକ ୪ବର୍ଷର ଏକ ପୁଅ ଅଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଧାଂଶୁ ଶେଖର ବଳଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri