ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ୱ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡ଼ା ଶିକ୍ଷକ ନିୟୋଜିତ କରାଯାଇଛି। ଖାଲି ଏତିକି ନୁହେଁ ଆଜି ସେମାନଙ୍କ ଦରମା ମଧ୍ୟ ବୃଦ୍ଧି କରିଛନ୍ତି ସରକାର। ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।