Posted inଫୁରସତ

କଳାପଟାରେ ୭୩ ପଣିକିଆ ଲେଖିଲେ କୁନି ଛାତ୍ରୀ, ଶିକ୍ଷକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ସାଧାରଣତଃ ପିଲାଦିନେ ପ୍ରଥମେ ସ୍କୁଲ ଗଲେ ଶିକ୍ଷକ ପଣିକିଆ ଘୋଷିବାକୁ ଦେଇଥାନ୍ତି। ପିଲାମାନେ ଅତିବେଶୀରେ ୨୫ ପର୍ଯ୍ୟନ୍ତ ପଣିକିଆ ମନେ ରଖିବାକୁ ସକ୍ଷମ ହୋଇଥାନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ କୁନି ଛାତ୍ରୀ ୭୩, ୪୮ ଏବଂ ୬୭ ପଣିକିଆ କହିଦେଉଛନ୍ତି।
ଉତ୍ତରପ୍ରଦେଶର ମେନପୁରୀରେ ରହୁଥିବା ଏହି କୁନି ଝିଅଟି ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏହି ଝିଅଟି ମେନପୁରୀର ଲଲୁପୁରର କେଡି ଟିଆର ପବ୍ଲିକ ସ୍କୁଲରେ ପଢନ୍ତି। ଏଠାରେ ଜଣେ ଶିକ୍ଷକ ଝିଅକୁ କଳାପଟାରେ କଠିନ ସଂଖ୍ୟାର ପଣିକିଆ ଲେଖିବାକୁ କହିଥିଲେ। ଶିକ୍ଷକ ଛାତ୍ରୀଟିକୁ ପଚାରିଥିଲେ, ତୁମେ କେତେ ପର୍ଯ୍ୟନ୍ତ ପଣିକିଆ ଜାଣିଛ? ଝିଅଟି ୮୦ ପର୍ଯ୍ୟନ୍ତ ଜାଣିଥିବା କହିଥିଲେ। ଏହା ପରେ ଶିକ୍ଷକ ୭୩, ୪୮ ଏବଂ ୬୭ର ପଣିକିଆ ଲେଖିବା ପାଇଁ ଝିଅଟିକୁ କହିଥିଲେ। ସେ ତୁରନ୍ତ ପଣିକିଆ ପାଟିରେ କହିବା ସହ କଳାପଟାରେ ଲେଖିବା ଆରମ୍ଭ କରିବା ମାତ୍ରେ ଶିକ୍ଷକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ଏହି ଭିଡିଓକୁ ‘ଦ ମିଡିଆ ୱାଲା’ ନାମକ ଫେସବୁକ ଆକାଉଣ୍ଟରେ ଶେୟାର କରାଯାଇଛି। ଝିଅଟି ଏକ ହଜାରରୁ ଅଧିକ ଶବ୍ଦର ଅର୍ଥ ମଧ୍ୟ ମନେ ରଖିଛନ୍ତି। ସୋସିଆଲ ମିଡିଆରେ ଶିଶୁର ଭିଡିଓକୁ ଲୋକମାନେ ବହୁତ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri