ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଗିରଫ ହେଲେ ଗଣିତ ଶିକ୍ଷକ

ଦେବଗଡ଼,୩୦।୧୦(ଡି.ଏନ୍‌.ଏ.): ପୁଣି କଳଙ୍କିତ ହେଲା ଗୁରୁ-ଶିଷ୍ୟଙ୍କ ସମ୍ପର୍କ l ନାବାଳିକା ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ବଳପୂର୍ବକ ଆଲିଙ୍ଗନ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଗଣିତ ଶିକ୍ଷକ l ଏଭଳି ଘଟଣା ଘଟିଛି ବାରକୋଟ ଥାନା ଅଧୀନ ବମ୍ପରଡା ନୋଡାଲ ୟୁପି ସ୍କୁଲରେ l

ମିଳିଥିବା ସୂଚନା ମୁତାବକ, ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟର ଗଣିତ ଶିକ୍ଷକ ସୋମନାଥ ପ୍ରଧାନ(୫୨) ଦୀର୍ଘ ଦିନ ଧରି ବିଭିନ୍ନ ଆଳରେ ପିଛା କରିବା ସହ ପ୍ରେମ ନିବେଦନ କରି ଆସୁଥିଲେ l ଏପରି କି ଗତ ୨୭ ତାରିଖରେ କୌଣସି ଏକ ଆଳରେ ଶିକ୍ଷକ ଜଣଙ୍କ ଛାତ୍ରୀଙ୍କ ଘରକୁ ମଧ୍ୟ ଯାଇଥିଲେ। ଶନିବାର ଶିକ୍ଷକ ଜଣକ ବିଦ୍ୟାଳୟର ଏକ କୋଠରିରେ ଛାତ୍ରୀଙ୍କୁ ବଳପୂର୍ବକ ଆଲିଙ୍ଗନ କରିବା ସହ ଅସଦାଚରଣ କରିଥିଲେ। ଫଳରେ ଛାତ୍ରୀ ଜଣକ ବିଦ୍ୟାଳୟରେ କାନ୍ଦିବା ସହ ଘରକୁ ଯାଇ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ କହିଥିଲେ l ପରିବାର ଲୋକେ ତୁରନ୍ତ ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପରିଚାଳନା କମିଟି ନିକଟରେ ଅଭିଯୋଗ କରିବା ପରେ ଏକ ବୈଠକ ହୋଇଥିଲା। ପରେ ଘଟଣା ସମ୍ପର୍କରେ ପୀଡିତା ଛାତ୍ରୀ ଓ ପରିବାର ଲୋକେ ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ମୁତାବକ ପୋଲିସ ଦଫା ୩୫୪(ଏ),୩୫୪(ଡି)ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ପରେ ଶିକ୍ଷକ ସୋମନାଥଙ୍କୁ ଗିରଫ କରିଛି l

ଅପରପକ୍ଷେ ଗତ ୨୩ ତାରିଖରେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ ସିଆରମାଳିଆ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ସାହୁ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଅଶ୍ଳୀଳ ଆଚରଣ କରି ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri