ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ଗିରଫ ହେଲେ ଗଣିତ ଶିକ୍ଷକ

ଦେବଗଡ଼,୩୦।୧୦(ଡି.ଏନ୍‌.ଏ.): ପୁଣି କଳଙ୍କିତ ହେଲା ଗୁରୁ-ଶିଷ୍ୟଙ୍କ ସମ୍ପର୍କ l ନାବାଳିକା ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ବଳପୂର୍ବକ ଆଲିଙ୍ଗନ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଗଣିତ ଶିକ୍ଷକ l ଏଭଳି ଘଟଣା ଘଟିଛି ବାରକୋଟ ଥାନା ଅଧୀନ ବମ୍ପରଡା ନୋଡାଲ ୟୁପି ସ୍କୁଲରେ l

ମିଳିଥିବା ସୂଚନା ମୁତାବକ, ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟର ଗଣିତ ଶିକ୍ଷକ ସୋମନାଥ ପ୍ରଧାନ(୫୨) ଦୀର୍ଘ ଦିନ ଧରି ବିଭିନ୍ନ ଆଳରେ ପିଛା କରିବା ସହ ପ୍ରେମ ନିବେଦନ କରି ଆସୁଥିଲେ l ଏପରି କି ଗତ ୨୭ ତାରିଖରେ କୌଣସି ଏକ ଆଳରେ ଶିକ୍ଷକ ଜଣଙ୍କ ଛାତ୍ରୀଙ୍କ ଘରକୁ ମଧ୍ୟ ଯାଇଥିଲେ। ଶନିବାର ଶିକ୍ଷକ ଜଣକ ବିଦ୍ୟାଳୟର ଏକ କୋଠରିରେ ଛାତ୍ରୀଙ୍କୁ ବଳପୂର୍ବକ ଆଲିଙ୍ଗନ କରିବା ସହ ଅସଦାଚରଣ କରିଥିଲେ। ଫଳରେ ଛାତ୍ରୀ ଜଣକ ବିଦ୍ୟାଳୟରେ କାନ୍ଦିବା ସହ ଘରକୁ ଯାଇ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ କହିଥିଲେ l ପରିବାର ଲୋକେ ତୁରନ୍ତ ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପରିଚାଳନା କମିଟି ନିକଟରେ ଅଭିଯୋଗ କରିବା ପରେ ଏକ ବୈଠକ ହୋଇଥିଲା। ପରେ ଘଟଣା ସମ୍ପର୍କରେ ପୀଡିତା ଛାତ୍ରୀ ଓ ପରିବାର ଲୋକେ ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ମୁତାବକ ପୋଲିସ ଦଫା ୩୫୪(ଏ),୩୫୪(ଡି)ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ପରେ ଶିକ୍ଷକ ସୋମନାଥଙ୍କୁ ଗିରଫ କରିଛି l

ଅପରପକ୍ଷେ ଗତ ୨୩ ତାରିଖରେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ ସିଆରମାଳିଆ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ସାହୁ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଅଶ୍ଳୀଳ ଆଚରଣ କରି ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri